Posted inଜାତୀୟ

ବିଧାନସଭାରେ ହଟ୍ଟଗୋଳ: ଭାଜପା ବିଧାୟକ ସଦନରୁ ନିଲମ୍ବିତ

ନୂଆଦିଲ୍ଲୀ,୨୯।୭: ଦିଲ୍ଲୀ ବିଧାନସଭା ମୌସୁମୀ ଅଧିବେଶନରେ ଗୁରୁବାର ଜୋରଦାର ହଟ୍ଟଗୋଳ ହୋଇଛି। ବିରୋଧୀ ଦଳ ସଦସ୍ୟମାନେ ବାଚସ୍ପତିଙ୍କ ସହ ଯୁକ୍ତିତର୍କ ମଧ୍ୟ କରିଛନ୍ତି। ଗୃହରେ ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ଭାଜପା ବିଧାୟକ ଅନୀଲ ବାଜପେୟୀଙ୍କୁ ମାର୍ଶଲ ଆଉଟ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଇତିମଧ୍ୟରେ ଭାଜପା ବିଧାୟକ ଉଠାଇଥିବା ପ୍ରଶ୍ନ ବିରୋଧରେ ଆମ ଆଦମୀ ପାର୍ଟି(ଏଏପି)ର ବିଧାୟକମାନେ ବାଚସ୍ପତିଙ୍କ ଚେୟାର ନିକଟରେ ପହଞ୍ଚିଥିଲେ। ଏହି ସମୟରେ ଭାଜପା ବିଧାୟକ ଓପି ଶର୍ମା ଏଏପିର ଜଣେ ବିଧାୟକଙ୍କୁ ଟାର୍ଗେଟ କରି ଗୃହର ଗାରିମାକୁ କ୍ଷୂର୍ଣ୍ଣ ପହଞ୍ଚାଇବା ଭଳି ମନ୍ତବ୍ୟ ଦେଇଥିଲେ। ଫଳରେ ଗୃହରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ବାଚସ୍ପତି ଦିନସାରା ଓପି ଶର୍ମାଙ୍କୁ ଗୃହରୁ ନିଲମ୍ବିତ କରିଛନ୍ତି। ଏତଦ୍‌ ବ୍ୟତୀତ ବିଜେନ୍ଦ୍ର ଗୁପ୍ତା ଓ ଜିତେନ୍ଦ୍ର ମହାଜନଙ୍କୁ ମଧ୍ୟ ମାର୍ଶଲ ଆଉଟ କରିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଥିଲେ। ହଟ୍ଟଗୋଳ ସମୟରେ ବିରୋଧୀଙ୍କୁ ୨୦ମିନିଟ୍‌ରୁ ଆଉ ଏକ ସେକେଣ୍ଡ ସମୟ ଦିଆଯିବ ନାହିଁ ବୋଲି ବାଚସ୍ପତି କହିଥିଲେ। ଅନ୍ୟପଟେ ଗୃହର ହଟ୍ଟଗୋଳକୁ ନେଇ ବାଚସ୍ପତି ପ୍ରତିକ୍ରିୟା ରଖିଛନ୍ତି। ଏହି ଉତ୍ତେଜନାରେ ବିବ୍ରତ ହୋଇ ବାଚସ୍ପତି କହିଛନ୍ତି, କେନ୍ଦ୍ର ସରକାର ସମ୍ବିଧାନକୁ ହତ୍ୟା କରିବାରେ ଲାଗିପଡ଼ିଛନ୍ତି। ତାଙ୍କର ଅଧ୍ୟକ୍ଷତା କାର୍ଯ୍ୟକାଳ ସମୟରେ କେନ୍ଦ୍ର ସରକାର ବିଧାନସଭା କମିଟିଙ୍କ ଅଧିକାର ଛଡ଼ାଇ ନେବା ଏହା ଏକ ଦୁର୍ଭାଗ୍ୟଜନକ।

 


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri