ସର୍ବଭାରତୀୟ ସ୍ତରରେ ଗୌରବ ଆଣିଲେ ରୁଦ୍ରନାରାୟଣ

ଧାମନଗର, ୬।୧୨ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ୧୧ ନମ୍ବର ୱାର୍ଡ ଦକ୍ଷିଣବାଡ଼ ଗ୍ରାମର ଡାକ୍ତର ରୁଦ୍ରନାରାୟଣ ସ୍ବାଇଁ ଡିଏମ୍‌ କ୍ଲିନିକାଲ ହେମାଟୋଲୋଜିରେ ସୁପର ସ୍ପେଶାଲିଟି ପ୍ରବେଶିକା ପରୀକ୍ଷାରେ ସର୍ବଭାରତୀୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏଥିରେ ସଫଳତା ପାଇ ସେ ଭଦ୍ରକ ଜିଲା ଓ ଧାମନଗର ପାଇଁ ଗୌରବ ଆଣିଛନ୍ତି। ଦକ୍ଷିଣବାଡ଼ ଗ୍ରାମର ସାମାଜିକ କର୍ମୀ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଓ ଯାଜପୁର ଜିଲା ରସୁଲପୁରରେ କାର୍ଯ୍ୟରତ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଶାନ୍ତିଲତା ରାଉତଙ୍କ ପୁଅ ରୁଦ୍ରନାରାୟଣ। ଗ୍ରାମ ସ୍କୁଲରେ ପ୍ରାଥମିକ ଶିକ୍ଷା ଓ ଧାମନଗର ସରକାରୀ ହାଇସ୍କୁଲରୁ ମାଟ୍ରିକ ପାସ୍‌ ପରେ ସେ ଉଚ୍ଚଶିକ୍ଷା ଗ୍ରହଣ କରି ୨୦୧୩ରେ କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ଡାକ୍ତରୀ ପାଠ ପଢ଼ିଥିଲେ। ୨୦୨୦ରେ ପିଜିଏମ୍‌ ପ୍ରବେଶିକା ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୨୩ ନମ୍ବର ସ୍ଥାନରେ ରହି ଚଣ୍ଡିଗଡ଼ ମେଡିକାଲ କଲେଜରେ ଏମ୍‌.ଡି. ମେଡିଶିନରେ ଅଧ୍ୟୟନ କରୁଛନ୍ତି। ଗତ ନଭେମ୍ବରରେ ହେମାଟୋଲୋଜିରେ ସୁପର ସ୍ପେଶାଲିଟି କୋର୍ସ ପାଇଁ ସର୍ବଭାରତୀୟ ସ୍ତରରେ ଅନୁଷ୍ଠିତ ପ୍ରବେଶିକା ପରୀକ୍ଷା ଦେଇଥିଲେ। ଗତ ୧ ତାରିଖରେ ଏହି ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ସେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ତାଙ୍କର ଏହି ସଫଳତା ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri