Posted inଫୁରସତ

ଅଦରକାରୀ ସାମଗ୍ରୀରେ ତିଆରି ରୁଦ୍ରବୀଣା

କଳାକାର ସିଏ ଯେ, ନିର୍ଜୀବ ଭିତରେ ବି ଜୀବନ ଭରିପାରେ। ଅଦରକାରୀ ଜିନିଷକୁ ସୁନ୍ଦର କଳାକୃତିରେ ରୂପାନ୍ତର କରିପାରେ। ଏଭଳି କଳାକାର ଭାରତରେ ବି କିଛି କମ୍‌ ନାହାନ୍ତି। ନିକଟରେ ମଧ୍ୟପ୍ରଦେଶ, ଭୋପାଳରେ ରହୁଥିବା କେତେଜଣ କାରିଗର ସ୍କ୍ରାପ ବା ଅଦରକାରୀ ସାମଗ୍ରୀରେ ଏଭଳି ଏକ ବୀଣା ତିଆରି କରିଛନ୍ତି, ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ବୀଣାଟି ଏତେ ବଡ଼ ଯେ, ମଣିଷ ତା’ ଆଗରେ ବହୁତ ଛୋଟ ଦେଖାଯିବ। ଏହାକୁ ତିଆରି କରିଥିବା ଟିମ୍‌ଙ୍କ କହିବା ଅନୁସାରେ ଏହା ହେଉଛି ସବୁଠାରୁ ବଡ଼ ରୁଦ୍ରବୀଣା; ଯାହାର ଲମ୍ବ ୨୮ ଫୁଟ୍‌, ଓସାର ୧୦ ଫୁଟ୍‌, ଉଚ୍ଚତା ୧୨ ଫୁଟ ଏବଂ ଓଜନ ୫ ଟନ୍‌। ଏହାକୁ ତିଆରି କରିବାପାଇଁ ୬ ମାସ ସମୟ ଲାଗିବା ସହ ୧୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା। ଏହାକୁ ଗାଡ଼ିର ପାର୍ଟସ୍‌ ଯେମିତି କି ଚେନ୍‌, କେବୁଲ୍‌, ଗିୟର୍‌, ବଲ୍‌ ବିୟରିଂ ଆଦିକୁ ବ୍ୟବହାର କରି ତିଆରି କରାଯାଇଛି। ୧୫ ଜଣ କଳାକାର ଦୀର୍ଘ ସମୟ ଧରି ଏହି ସବୁ ସାମଗ୍ରୀକୁ ସଂଗ୍ରହ କରି ଏହାକୁ ତିଆରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri