ଡ୍ରଗ୍ସ ମାଫିଆ ସୋମନାଥଙ୍କ ହତ୍ୟାକାଣ୍ଡ: ମାଷ୍ଟରମାଇଣ୍ଡ ସଞ୍ଜୁ ସମେତ ୬ଗିରଫ

ଖୋର୍ଦ୍ଧା,୧୪।୭(ପ୍ରଭାତ ପାଣିଗ୍ରାହୀ): ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳ ଓରଫ ପାକୁ ହତ୍ୟାକାଣ୍ଡର ପୋଲିସ ପର୍ଦ୍ଦାଫାସ କରିଛି। ଏହି ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ଡ୍ରଗ୍ସ ଓ ଖଣି ମାଫିଆ ଭାଳିଆବଡି ଅଞ୍ଚଳର ସଞ୍ଜୟ ପ୍ରଧାନ ଓରଫ ସଞ୍ଜୁ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତଙ୍କଠାରୁ ୪ ପିସ୍ତଲ, ୧୧ ଜୀବନ୍ତ ଗୁଳି, ୧୦ ମୋବାଇଲ ଏବଂ ୬ଟି ଗାଡ଼ି ଜବତ ହୋଇଛି। ପୂର୍ବ ବ୍ୟବସାୟିକ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା କୁହାଯାଇଛି।
ଏ ନେଇ ଶୁକ୍ରବାର ଜିଲା ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ସିଦ୍ଧାର୍ଥ କଟରିଆ ସୂଚନା ଦେଇଛନ୍ତି । ଏହି ହତ୍ୟାକାଣ୍ଡରେ ପୂର୍ବରୁ ଦୁଇଜଣଙ୍କୁ ଗିରଫ କରାଯାଇଥିଲା। ଗିରଫ ସଂଖ୍ୟା ୮ରେ ପହଞ୍ଚିଛି। ଅନ୍ୟଜଣେ ଫେରାର ଅଛନ୍ତି। ତାଙ୍କୁ ଖୁବଶୀଘ୍ର ଗିରଫ କରାଯିବ। ଏଥିରେ ଅନ୍ୟ କେଉଁମାନଙ୍କ ସମ୍ପୃକ୍ତି ରହିଛି ତାହାର ତଦନ୍ତ ଜାରି ରହିଛି। ମାଷ୍ଟରମାଇଣ୍ଡ ସଞ୍ଜୁକୁ ରିମାଣ୍ଡରେ ଅଣାଯିବ। ଘଟଣାସ୍ଥଳର ସିନ୍‌ କ୍ରିଏଶନ କରାଯିବ। ଡ୍ରଗ୍ସ ମାଫିଆ ସୋମନାଥ ଜେଲରୁ ମୁକୁଳିବା ପରେ ମାଛ ବସାୟ କରୁଥିଲା। ଏହି ସମୟରେ ସଞ୍ଜୁ ମଧ୍ୟ ଜାମିନରେ ଆସିଥିଲା। ଉଭୟଙ୍କ ମଧ୍ୟରେ ଶତ୍ରୁତା ରହିଥିଲା। କାଳେ ସୋମନାଥ ତାଙ୍କୁ ଗୁଳି କରି ମାରିଦେବ ସେ ଭୟ ସଞ୍ଜୁର ରହିଥିଲା। ଏଣୁ ତାଙ୍କୁ ସବୁଦିନ ରାସ୍ତାରୁ ହଟାଇ ଦେବାଲାଗି ଷଡଯନ୍ତ୍ର କରିଥିଲା। ପୂର୍ବରୁ ମଧ୍ୟ ତାଙ୍କୁ ହତ୍ୟା ଯୋଜନା କରି ବିଫଳ ହୋଇଥିଲା। ଏନେଇ ସେ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ରେ ରହୁଥିବା ସହଯୋଗୀଙ୍କ ସହ ଆଲୋଚନା କରିଥିଲା। ଏଥିଲାଗି ଚୋରା ଗାଡି ଏବଂ ବନ୍ଧୁକ, ମାରଣାସ୍ତ୍ର ଯୋଗାଡ କରିଥିଲା। ଗତ ୭ ତାରିଖ ରାତିରେ ସୋମନାଥ ସାମନ୍ତରାପୁର ଠେଙ୍ଗାହାଟ ଛକରେ ମୋବାଇଲ କଥା ହେଉଥିବା ବେଳେ ଏହି ସମୟରେ ଦୁର୍ବୃତମାନେ ବୋଲୋରୋ ପିକଅପ୍‌ରେ ଆସି ୪ଜଣ ୮ରାଉଣ୍ଡ ଗୁଳିମାଡ କରିଥିଲେ। ୪ଟି ଗୁଳି ତାଙ୍କ ହାତ, ଛାତି ଓ ପେଟରେ ବାଜିଥିଲା। ଗୁରୁତର ଅବସ୍ଥାରେ ପ୍ରଥମେ ଖୋର୍ଦ୍ଧାର ପରେ ଭୁବନେଶ୍ୱରସ୍ଥିତ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତ ୯ ତାରିଖ ରାତିରେ ମୃତ୍ୟୁ ଘଟିଥିଲା। ଏନେଇ ପରିବାର ଲୋକଙ୍କ ଅଭିଯୋଗ ଉପରେ ଏକ ହତ୍ୟା ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଥିଲା। ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସଙ୍କ ନେତୃତ୍ୱରେ ୩ଜଣିଆ ଟିମ୍‌ ବିଭିନ୍ନସ୍ଥାନରେ ଚଢାଉ ଜାରି ରଖିଥିଲା। ଗତ ଜୁଲାଇ ପହିଲାରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଥିଲା। ଏହି ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସ, ଥାନାଧିକାରୀ ତାରିକ ଅହମଦ, ତଦନ୍ତ ଅଧିକାରୀ ଅତିରିକ୍ତ ଆଇଆଇସି କାହ୍ନୁଚରଣ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?