ରୁକ୍ମିଣୀ ଦେବୀଙ୍କ ପରଲୋକ

କୋଣାର୍କ,୨୮ା୧୦(ଡି.ଏନ୍‌.ଏ.): ଆନ୍ତର୍ଜାତିକ ଅଶୋଭନୀୟତା ନିରୋଧ ଆନ୍ଦୋଳନର ନିୟନ୍ତ୍ରିକା ତଥା କୋଣାର୍କ ଶୋଭନୀୟ ଶିକ୍ଷାଶ୍ରମର ଅଧ୍ୟକ୍ଷା ରୁକ୍ମିଣୀ ଦେବୀଙ୍କର ୭୫ ବର୍ଷ ବୟସରେ ମଙ୍ଗଳବାର କଟକ ବିଡ଼ାନାସୀସ୍ଥ ଶୋଭନୀୟ ଆନ୍ଦୋଳନର ମୁଖ୍ୟ କାର୍ଯ୍ୟାଳୟଠାରେ ପରଲୋକ ହୋଇଯାଇଛି। ରବିବାର ଅସୁସ୍ଥତା କାରଣରୁ କୋଣାର୍କରୁ ସେ ଚିକିତ୍ସା ନିମନ୍ତେ କଟକ ଯାଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସକାଳୁ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ମୃତ୍ୟୁ ଖବର ଶୁଣି ହଜାର ହଜାର ଶୁଭେଚ୍ଛୁ ଶୋଭନୀୟ ଆନ୍ଦୋଳନର ସେବିକା ଓ ଶୋଭନୀୟ ଶିକ୍ଷାଶ୍ରମର ପୁରାତନ ଛାତ୍ରୀଛାତ୍ରଗଣ ମର୍ମାହତ ହୋଇପଡ଼ିଛନ୍ତି।
୧୯୭୪ରେ ଅବିଭକ୍ତ କଟକ ଜିଲାର ଉଦୟଗିରିରେ ଆରମ୍ଭ ହୋଇଥିବା ଶୋଭନୀୟ ଶିକ୍ଷାଶ୍ରମର ଅଧ୍ୟକ୍ଷା ଭାବେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ସେ ପୂଜ୍ୟ କୁମାର ଭାଇଙ୍କ ଦ୍ୱାରା ପ୍ରତିଷ୍ଠିତ ଶୋଭନୀୟ ଆନ୍ଦୋଳନର ପ୍ରଥମ ସମ୍ପାଦିକା ଥିଲେ। ଏହାସହ ସେ କୋଣାର୍କ ସାହିତ୍ୟ ସଂସଦର ଉପସଭାପତି ତଥା ପ୍ରତିଷ୍ଠାତା ସଦସ୍ୟ ରୂପେ ଦାୟିତ୍ୱ ନିର୍ବାହ କରୁଥିଲେ। ତାଙ୍କ ବିୟୋଗରେ ମଙ୍ଗଳବାର ଶିଳ୍ପୀବାଟିକା ପରିସରରେ ଏକ ଶୋକସଭା ଆୟୋଜିତ ହୋଇଛି। ଅର୍କଶ୍ରୀ ସମ୍ପାଦକ ଉମେଶ ସ୍ବାଇଁ, ସାମାଜିକ କର୍ମୀ ହରିଶ୍ଚନ୍ଦ୍ର ଦାଶ, କୋଣାର୍କ ସାହିତ୍ୟ ସଂସଦର ସଭାପତି ତ୍ରିବିକ୍ରମ ରାମକୃଷ୍ଣ ମହାପାତ୍ର, ଗୋପ କଲେଜ ଅଧ୍ୟକ୍ଷ ପ୍ରକାଶଚନ୍ଦ୍ର ଖଟୋଇ, ନିରଂଜନ ସାହୁ ପ୍ରମୁଖ ରୁକ୍ମିଣୀ ଗୁରୁମାଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri