ପର କରିଦେଲା ପରିବାର

କାମାକ୍ଷାନଗର,୮ା୮ (ସୁଧୀର ପରିଡ଼ା): ବୟସ ଆଣି ବୃଦ୍ଧାବସ୍ଥାରେ ପହଞ୍ଚାଇଲାଣି। ଶରୀର ଦୁର୍ବଳ ହୋଇଗଲାଣି। ଖଟି ଖାଇବା ଆଉ ସମ୍ଭବ ନୁହେଁ। ହେଲେ ଏକଥା ଜାଣି ବି ପର କରିଦେଲେ ପରିବାର ଲୋକେ। ଘରୁ ତଡ଼ିଦେଲେ ବୋହୂ ଓ ପୁଅ। ଏପରି ଅବସ୍ଥାରେ ପର ପିଣ୍ଡାରେ ଆଶ୍ରୟ ନେଇଥିବାରୁ ତାଙ୍କୁ ତୁରନ୍ତ ନ୍ୟାୟ ଦେବାକୁ ଢେଙ୍କାନାଳ ଜିଲା କାମାକ୍ଷାନଗର ଆଳତୁମା ବଡ଼ବିଲା ସାହିର ରୁକ୍ମଣୀ ପାତ୍ର ସୋମବାର ଉପଜିଲାପାଳଙ୍କୁ ନିବେଦନ କରିଛନ୍ତି।
ଅଭିଯୋଗରେ ରୁକ୍ମଣୀ ଦର୍ଶାଇଛନ୍ତି, ବୟସ ଅଧିକ ହୋଇଯାଇଥିବାରୁ ସେ ଆଉ ବାହାରେ କାମ କରି ନିଜ ଗୁଜରାଣ ମେଣ୍ଟାଇବା ଅବସ୍ଥାରେ ନାହାନ୍ତି। ପରିବାରରେ ବୋହୂ ଓ ପୁଅ ଥିଲେ ମଧ୍ୟ ସେମାନେ ତାଙ୍କର ଦେଖାଶୁଣା କରୁନାହାନ୍ତି। ଏପରି କି ନିଜ ଘରେ ବି ତାଙ୍କୁ ରଖାଇ ଦେଉନାହାନ୍ତି। ସେମାନେ ଘରୁ ବାହାର କରିଦେବା ପରେ ସେ ଏବେ ସାହି ପଡିଶାଙ୍କ ପିଣ୍ଡାରେ ମୁଣ୍ଡ ଗୁଞ୍ଜିଛନ୍ତି। ତାଙ୍କ କଥା ବୁଝିବାକୁ ଆଉ କେହି ନ ଥିବାରୁ ପ୍ରଶାସନ ଉପରେ ଭରସା କରି ସେ ଧାଇଁ ଆସିଥିବା ରୁକ୍ମଣୀ କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗ ପାଇବା ପରେ ଉପଜିଲାପାଳ ତୁରନ୍ତ ଏନ୍‌ଏସି ନିର୍ବାହୀ ଅଧିକାରୀ ଯତୀନ୍ଦ୍ର ମିଶ୍ରଙ୍କୁ ଏହାର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସମାଧାନ ନ ହେଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri