Posted inଜାତୀୟ

୨୧ ବର୍ଷରେ ରାଜ୍ୟରେ ୧୦ ମୁଖ୍ୟମନ୍ତ୍ରୀଙ୍କ ଶାସନ …

ଡେରାଡୁନ୍‌,୩।୭: ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ପଦବୀରେ ରହିବା କୌଣସି ରାଜନେତାଙ୍କ ପକ୍ଷରେ ସମ୍ଭବ ହେଉନାହିଁ। ୧୧୪ ଦିନ ଶାସନ ଡୋର ଧରିବା ପରେ ତିରଥ ସିଂ ରାଓ୍ବତ ଇସ୍ତଫା ଦେଇଛନ୍ତି। ୨୦୦୦ରେ ଉତ୍ତରାଖଣ୍ଡ ସହିତ ଝାଡ଼ଖଣ୍ଡ ରାଜ୍ୟର ଜନ୍ମ ହୋଇଥିଲା। ଏହି ଦୁଇ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଆସନ ମଧ୍ୟରେ ବହୁ ସାମ୍ୟତା ଦେଖିବାକୁ ମିଳିଥାଏ। ଗତ ୨୧ ବର୍ଷ ମଧ୍ୟରେ ଝାଡ଼ଖଣ୍ଡରେ ଶାସନ ଦାୟିତ୍ୱରେ ୧୨ ଜଣ ମୁଖ୍ୟମନ୍ତ୍ରୀ ରହିଛନ୍ତି। ସେହିପରି ଉତ୍ତରାଖଣ୍ଡରେ ଏହି ସମୟ ମଧ୍ୟରେ ୧୦ ଜଣ ମୁଖ୍ୟମନ୍ତ୍ରୀ ଶାସନ କରିଛନ୍ତି। କେବଳ କଂଗ୍ରେସର ଏନ୍‌.ଡ଼ି, ତିଓ୍ବାରୀ ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ଭାବେ ନିଜର କାର୍ଯ୍ୟକାଳ ପୂରଣ କରିଛନ୍ତି। ୨୦୦୦ରେ ଭାଜପା ପକ୍ଷରୁ ନିତ୍ୟାନନ୍ଦ ସ୍ବାମୀଙ୍କୁ ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଅଧିଷ୍ଠିତ କରାଯାଇଥିଲା। ମାତ୍ର ଏକ ବର୍ଷ ପରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭଗତ ସିଂ କୋଶୟାରୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ତେବେ ୨୦୦୨ ବିଧାନସଭା ନିର୍ବାଚନ ପରେ କଂଗ୍ରେସର ଏନ୍‌.ଡ଼ି, ତିଓ୍ବାରୀ ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିଲେ। ତାଙ୍କ କାର୍ଯ୍ୟକାଳ ପୂରର ପରେ ୨୦୦୭ରେ ଭାଜପା ରାଜ୍ୟରେ କ୍ଷମତା ଦଖଲ କରିଥିଲା। ଜେନେରାଲ ବି.ସି. ଖଣ୍ଡୁରୀ ନୂଆ ମୁଖ୍ୟମନ୍ତ୍ରୀ ହୋଇଥିଲେ। ତେବେ ୮୩୪ ଦିନ ପରେ ତାଙ୍କ ବିରୋଧରେ ବିଦ୍ରୋହ ହୋଇଥିଲା। ୨୦୧୨ରେ ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିଥିଲା। ତେବେ ଧାର୍ଯ୍ୟ ସମୟ ମଧ୍ୟରେ ବିଜୟ ବହୁଗୁଣା ଏବଂ ହରିଶ ରାଓ୍ବତ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାପରେ ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି ହୋଇଥିଲା। ମାମଲା ସୁପ୍ରିମ୍‌କୋର୍ଟରେ ପହଞ୍ଚିଥିଲା। ୨୦୧୭ରେ ଭାଜପା ଶାସନକୁ ଫେରିଥିଲା। ସେବେଠାରୁ ଇତିମଧ୍ୟରେ ରାଜ୍ୟରେ ତିବେନ୍ଦ୍ର ସିଂ ରାଓ୍ବତଙ୍କ ପରେ ତିରଥ ସିଂ ରାଓ୍ବତଙ୍କ ମୁଖ୍ୟମନ୍ତ୍ରୀ ପଦବୀ ଗଲାଣି। ରାଜ୍ୟରେ ୨୦୨୨ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ପଦବୀ ନେଇ ଟଣାଓଟରା ଯୋଗୁ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri