ଆଜିଠୁ ବରଗଡ଼ରେ କଂସ ମହାରାଜଙ୍କ ରାଜୁତି

ବରଗଡ଼,୧୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ହେବ ଏବଂ ଏହି ସମୟ ଅବଧିରେ ବରଗଡ଼ରେ କଂସ ରାଜୁତି ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। କଳାକାରଙ୍କ ପୂର୍ବାଭ୍ୟାସ ଶେଷ ହୋଇଥିବା ବେଳେ ମାହୁନ୍ତଙ୍କ ସହିତ ହାଟି, ୫ ଘୋଡ଼ା ଏବଂ ୪ଟି ଓଟ ପହଞ୍ଚି ସାରିଛନ୍ତି ।

ସେହିପରି ବରଗଡ଼ ଏବଂ ଅମ୍ବାପାଲି ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ନଦୀ ହେବ। ମଥୁରାନଗରୀର ୧୫ ଏବଂ ଗୋପପୁରର ୯ଟି ଖୋଲାମଞ୍ଚରେ ଧନୁଯାତ୍ରା ଦୃଶ୍ୟାଭିନୟ ଅଭିନୀତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଯାଇଛି। ବରଗଡ଼ ହାଟପଦାରେ ରାଜ ଦରବାର ଏବଂ ସ୍ଥାନୀୟ ନିଶାମଣି ସ୍କୁଲ ସମ୍ମୁଖ ସୁଦୃଶ୍ୟ ଲୋକମଣ୍ଡପ ପଡ଼ିଆରେ ରଙ୍ଗମହଲ ମଞ୍ଚ ପ୍ରସ୍ତୁତ ହୋଇସାରିଛି । ବିଗତବର୍ଷ ଭଳି ଏଥର ମଧ୍ୟ ହାଟପଦା ମଞ୍ଚରେ ମହୋତ୍ସବର ପ୍ରଥମ ୭ଦିନ ପାଇଁ ରାଜ ଦରବାର ଏବଂ ଶେଷ ୪ଦିନ ପାଇଁ ରଙ୍ଗ ମହଲ ଦୃଶ୍ୟାଭିନୟ ଅଭିନୀତ ହେବ। ସେହିପରି ଅନ୍ତିମ ୪ଦିନ ନିଶାମଣି ହାଇସ୍କୁଲ ସମ୍ମୁଖ ଲୋକ ମଣ୍ଡପ ପଡ଼ିଆ ରାଜ ଦରବାର ସାଜିବ। ତେବେ ସୋମବାରରୁ ମଥୁରାନଗରୀ ଏବଂ ବୁଧବାରରୁ ଗୋପପୁର ଦୃଶ୍ୟାଭିନୟ ଅଭିନୀତ ହେବ।
ପରମ୍ପରା ଦୃଷ୍ଟିରୁ ଅନ୍ୟବର୍ଷ ଭଳି ଏଥର ମଧ୍ୟ ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ଏବଂ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ସୋମବାର ସନ୍ଧ୍ୟା ୭ଟାରେ ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୨ଟାରୁ ଧନୁଯାତ୍ରା ପ୍ରଚାର ପ୍ରସାର କମିଟି ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀଛକ କଲ୍ୟାଣ ମଣ୍ଡପରୁ ସାଂସ୍କୃତିକ ଶୋଭାଯାତ୍ରା ବାହାରି ସହର ପରିକ୍ରମା ସହିତ ତଳିପଡ଼ା ସମଲେଶ୍ୱରୀ ମନ୍ଦିର ଅଭିମୁଖେ ଯିବ । ସେଠାରୁ ଶୋଭାଯାତ୍ରା ପୁଣି ହାଟପଦାସ୍ଥିତ ରାଜ ଦରବାରକୁ ଯିବ ଏବଂ ଉଦଘାଟନ ପରେ ଧନୁଯାତ୍ରା ଦୃଶ୍ୟାଭିନୟ ଆରମ୍ଭ ହେବ । ତେବେ ଏଥର ରାଜ ମହଲ ପରିବର୍ତ୍ତନ ହୋଇଛି । ଦୀର୍ଘବର୍ଷ ଧରି ମାରୱାଡ଼ି ଧର୍ମଶାଳା ଧନୁଯାତ୍ରା ସମୟରେ ରାଜ ମହଲ ହେଉଥିଲା । ସେଠାରେ କଂସଙ୍କ ସମେତ ଅନ୍ୟ ପାର୍ଶ୍ୱ କଳାକାର ରହୁଥିଲେ ଏବଂ ବେଶଭୂଷା ହୋଇ ଦୃଶ୍ୟାଭିନୟ ପାଇଁ ମଞ୍ଚ ଅଭିମୁଖେ ବାହାରୁଥିଲେ । କିନ୍ତୁ ଏଥର ସ୍ଥାନୀୟ ଲମ୍ବା ବିଲଡ଼ିଂ ରାସ୍ତାପାର୍ଶ୍ୱରେ ରହିଥିବା ଜି.ଡ଼ି ଗୋୟଲ ଧର୍ମଶାଳା ରାଜ ମହଲ ପାଲଟିବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ଆବାହକ ସୁରେଶ୍ୱର ଶତପଥୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri