ଆଜିଠୁ ସବୁ ଟୋଲ୍‌ଗେଟ୍‌ରେ ନିୟମ: ଗାଡ଼ିର ବୀମା ନ ଥିଲେ…

କଟକ,୧ା୨(କାର୍ତ୍ତିକ ସାହୁ):ଓଡ଼ିଶା ରାଜ୍ୟ ପରିବହନ କର୍ତ୍ତୃପକ୍ଷ ମୋଟର ଯାନର ବୀମାକୁ କଡ଼ାକଡ଼ି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାରଠାରୁ ଇ-ଡିଟେକ୍ସନରେ ଯୋଡ଼ିହେବାକୁ ଯାଉଛି ବୀମା। ମୋଟର ଯାନରେ ବୀମା ନ ଥିଲେ ସ୍ବୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲ୍‌ଗେଟ୍‌। ଇ-ଡିଟେକ୍ସନ ପ୍ରକ୍ରିୟାରେ ଗାଡ଼ି ମାଲିକଙ୍କୁ ଜାରିହେବ ଇ-ଚାଲାଣ। ଫେବୃଆରୀ ପହିଲା ତଥା ଶନିବାରଠାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ମୋଟ୍‌ ୨୨ଟି ଟୋଲ୍‌ଗେଟ୍‌ରେ ଏହା କାର୍ଯ୍ୟକାରୀ ହେବ। ଏ ନେଇ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସମସ୍ତ ପ୍ରକ୍ରିୟା ଶେଷ ହୋଇଥିବା ଜଣାପଡ଼ିଛି।
ପ୍ରକାଶ ଯେ, ମୋଟର ଯାନ ଆଇନର ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ। ଏହାର ଉଲ୍ଲଂଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ ଏପରି କି ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ ଏପରି କି ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ଅଛି। ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଂଘନ କରି ବୀମା କରୁନାହାନ୍ତି। ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପାମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାକୁ ନେଇ ସରକାରଙ୍କ ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଥିବାରୁ କଡ଼ାକଡ଼ି ପଦକ୍ଷେପ ନିଆଯାଉଛି। ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ଇ-ଡିଟେକ୍ସନ ଜରିଆରେ ଚିହ୍ନଟ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ନିଷ୍ପତ୍ତି ନେଇଛି। ପୂର୍ବରୁ ଇ-ଡିଟେକ୍ସନରେ ପରମିଟ୍‌, ଫିଟ୍‌ନେସ୍‌, ଟିକସ ନିୟମ ଉଲ୍ଲଂଘନକାରୀଙ୍କୁ ଟୋଲ୍‌ଗେଟ୍‌ରେ ଚିହ୍ନଟ କରାଯାଉଥିଲା। ଏବେ ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ। ଏହାସହ ଏନ୍‌ଫୋର୍ସମେଣ୍ଟରେ ଆଧୁନିକ ଜ୍ଞାନକୌଶଳକୁ ଅଧିକ ବ୍ୟବହାର କରାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri