ସୁପ୍ରିମ୍‌କୋର୍ଟ ବିରୋଧରେ ପଦକ୍ଷେପ ଗ୍ରହଣ କଲା ପାକିସ୍ତାନର ଶାସକ ମେଣ୍ଟ…

ଇସଲାମାବାଦ,୨୫।୨ : ଶାସକ ମିଳିତ ମେଣ୍ଟ ପାକିସ୍ତାନ ଡେମୋକ୍ରାଟିକ ମୁଭମେଣ୍ଟ (ପିଡିଏମ) ବର୍ତ୍ତମାନ ସୁପ୍ରିମକୋର୍ଟଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛି। ପଞ୍ଜାବ ଏବଂ ଖାଇବର ପାସ୍ତୁନଖ୍ବା ପ୍ରଦେଶରେ ନିର୍ବାଚନ ଆୟୋଜନ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଯେଉଁଭଳି ଭାବରେ ଶୁଣାଣି ଆରମ୍ଭ କରିଥିଲେ, ତାହାକୁ ନେଇ ପିଡିଏମରେ ଅସନ୍ତୋଷ ବ୍ୟକ୍ତ କରିଛି। ନିର୍ବାଚନ ସ୍ଥଗିତ ରଖିବାକୁ ଶାସକ ମିଳିତ ମଞ୍ଚ ଚେଷ୍ଟା କରୁଛି।

ଏହି ପ୍ରସଙ୍ଗରେ ପିଡିଏମଙ୍କ ଉଦ୍ଦେଶ୍ୟ ଅନୁଯାୟୀ ନିର୍ବାଚନ ଆୟୋଗ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ଏହି ପ୍ରସଙ୍ଗରେ ରାଷ୍ଟ୍ରପତି ଆରିଫ ଅଲଭିଙ୍କ ସହ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। କିନ୍ତୁ ସେପଟେ ସୁପ୍ରିମକୋର୍ଟ ଏଥିରେ ହସ୍ତକ୍ଷେପ କରିଥିଲେ। ଏହି ମାମଲାର ଶୁଣାଣି ପାଇଁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଉମର ଆତା ବନ୍ଦିଆଲଙ୍କ ନେତୃତ୍ୱରେ ନଅ ଜଣିଆ ଖଣ୍ଡପୀଠ ଗଠନ କରାଯାଇଛିି। ଶୁକ୍ରବାର ପିଡିଏମ ଦୁଇଜଣ ବିଚାରପତିଙ୍କୁ ଟାର୍ଗେଟ କରିଥିଲା।

ପିଡିଏମ କହିଛି ଯେ ଏହି ଦୁଇ ବିଚାରପତି ଜଷ୍ଟିସ ମଜହିର ଅଲି ଆକବର ନାକଭି ଏବଂ ଜଷ୍ଟିସ ଇଜାଜୁଲ ଅହସାନ ଏହି ମାମଲାରୁ ନିଜକୁ ଦୂରେଇ ରଖିବା ଉଚିତ। ଅନ୍ୟପକ୍ଷରେ ପିଡିଏମ ଜାମିଆତ ଉଲେମା-ଇ-ଇସଲାମ-ଫଜଲ (ଜୁଏଫ), ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ଏବଂ ପାକିସ୍ତାନ ମୁସଲିମ ଲିଗ- ନୱାଜ (ପିଏମଏଲଏନ) ରେ ଅନ୍ତର୍ଭୁକ୍ତ ତିନି ଦଳ ପ୍ରଧାନ ବିଚାରପତିଙ୍କୁ ବେଞ୍ଚରେ ଅନ୍ତର୍ଭୁକ୍ତ କରିବାକୁ ଦାବି କରିଛି। ଏହି ମାମଲାର ଶୁଣାଣି ପାଇଁ ଗଠିତ ହୋଇଛି ସୁପ୍ରିମକୋର୍ଟର ଅନ୍ୟ ସମସ୍ତ ବିଚାରପତିଙ୍କୁ ମଧ୍ୟ ଅନ୍ତର୍ଭୁକ୍ତ କରନ୍ତୁ ବୋଲି ପିଡିଏମ୍‌ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri