ସୁପ୍ରିମ୍‌କୋର୍ଟ ବିରୋଧରେ ପଦକ୍ଷେପ ଗ୍ରହଣ କଲା ପାକିସ୍ତାନର ଶାସକ ମେଣ୍ଟ…

ଇସଲାମାବାଦ,୨୫।୨ : ଶାସକ ମିଳିତ ମେଣ୍ଟ ପାକିସ୍ତାନ ଡେମୋକ୍ରାଟିକ ମୁଭମେଣ୍ଟ (ପିଡିଏମ) ବର୍ତ୍ତମାନ ସୁପ୍ରିମକୋର୍ଟଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛି। ପଞ୍ଜାବ ଏବଂ ଖାଇବର ପାସ୍ତୁନଖ୍ବା ପ୍ରଦେଶରେ ନିର୍ବାଚନ ଆୟୋଜନ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଯେଉଁଭଳି ଭାବରେ ଶୁଣାଣି ଆରମ୍ଭ କରିଥିଲେ, ତାହାକୁ ନେଇ ପିଡିଏମରେ ଅସନ୍ତୋଷ ବ୍ୟକ୍ତ କରିଛି। ନିର୍ବାଚନ ସ୍ଥଗିତ ରଖିବାକୁ ଶାସକ ମିଳିତ ମଞ୍ଚ ଚେଷ୍ଟା କରୁଛି।

ଏହି ପ୍ରସଙ୍ଗରେ ପିଡିଏମଙ୍କ ଉଦ୍ଦେଶ୍ୟ ଅନୁଯାୟୀ ନିର୍ବାଚନ ଆୟୋଗ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ଏହି ପ୍ରସଙ୍ଗରେ ରାଷ୍ଟ୍ରପତି ଆରିଫ ଅଲଭିଙ୍କ ସହ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। କିନ୍ତୁ ସେପଟେ ସୁପ୍ରିମକୋର୍ଟ ଏଥିରେ ହସ୍ତକ୍ଷେପ କରିଥିଲେ। ଏହି ମାମଲାର ଶୁଣାଣି ପାଇଁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଉମର ଆତା ବନ୍ଦିଆଲଙ୍କ ନେତୃତ୍ୱରେ ନଅ ଜଣିଆ ଖଣ୍ଡପୀଠ ଗଠନ କରାଯାଇଛିି। ଶୁକ୍ରବାର ପିଡିଏମ ଦୁଇଜଣ ବିଚାରପତିଙ୍କୁ ଟାର୍ଗେଟ କରିଥିଲା।

ପିଡିଏମ କହିଛି ଯେ ଏହି ଦୁଇ ବିଚାରପତି ଜଷ୍ଟିସ ମଜହିର ଅଲି ଆକବର ନାକଭି ଏବଂ ଜଷ୍ଟିସ ଇଜାଜୁଲ ଅହସାନ ଏହି ମାମଲାରୁ ନିଜକୁ ଦୂରେଇ ରଖିବା ଉଚିତ। ଅନ୍ୟପକ୍ଷରେ ପିଡିଏମ ଜାମିଆତ ଉଲେମା-ଇ-ଇସଲାମ-ଫଜଲ (ଜୁଏଫ), ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ଏବଂ ପାକିସ୍ତାନ ମୁସଲିମ ଲିଗ- ନୱାଜ (ପିଏମଏଲଏନ) ରେ ଅନ୍ତର୍ଭୁକ୍ତ ତିନି ଦଳ ପ୍ରଧାନ ବିଚାରପତିଙ୍କୁ ବେଞ୍ଚରେ ଅନ୍ତର୍ଭୁକ୍ତ କରିବାକୁ ଦାବି କରିଛି। ଏହି ମାମଲାର ଶୁଣାଣି ପାଇଁ ଗଠିତ ହୋଇଛି ସୁପ୍ରିମକୋର୍ଟର ଅନ୍ୟ ସମସ୍ତ ବିଚାରପତିଙ୍କୁ ମଧ୍ୟ ଅନ୍ତର୍ଭୁକ୍ତ କରନ୍ତୁ ବୋଲି ପିଡିଏମ୍‌ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri