ସରକାରୀ ଦଳ ଅସହିଷ୍ଣୁତାର ସୀମା ଟପିଛି: ବିଜେଡି

ଭୁବନେଶ୍ୱର,୭।୯(ଅନିଲ ଦାସ): ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପ୍ରସଙ୍ଗରେ ରାଜ୍ୟ ସରକାର ତଥା ଭାଜପା ଯେଉଁଭଳି ଭାବେ ବିରୋଧୀ ଦଳଙ୍କ ପାଟି ବନ୍ଦ କରିବାକୁ ମିଛର ସାହାରା ନେଉଛି ତାହା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ।
ସରକାରୀ ଦଳ ଅସହିଷ୍ଣୁତାର ସବୁ ସୀମା ଟିପିଛି ବୋଲି ବିଜେଡି ବିଧାୟକ ଗଣେଶ୍ୱର ବେହେରା କହିଛନ୍ତି। ଶଙ୍ଖଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣେଶ୍ୱର କହିଛନ୍ତି, ଗଣତନ୍ତ୍ରରେ ସହନଶୀଳତା ଏକାନ୍ତ ଆବଶ୍ୟକ। ବିଧାନସଭାରେ ବିରୋଧୀ ଦଳ ରେଭେନ୍‌ଶାର ନାଁ ପରିବର୍ତ୍ତନକୁ ବିରୋଧ କରିବା ସହ ଏହା ଉପରେ ସରକାରୀ ଦଳଠାରୁ କୈଫିୟତ ମାଗିଛନ୍ତି। ସରକାରୀ ଦଳ ଏପର୍ଯ୍ୟନ୍ତ ନୀରବ ରହିବା ଆଶ୍ଚର୍ଯ୍ୟ କରିଛି। ରେଭେନ୍‌ଶା ବିବାଦ ପ୍ରସଙ୍ଗରେ ରାଜ୍ୟର ସବୁ ବର୍ଗର ବ୍ୟକ୍ତି ଯଥା ଛାତ୍ରୀଛାତ୍ର, ପୁରାତନ ଛାତ୍ର ସଂଘ, ବୁଦ୍ଧିଜୀବୀ ଓ ନାଗରିକ ସମାଜ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଦ୍ୱାରା ଦିଆଯାଇଥିବା ନାମ ପରିବର୍ତ୍ତନ ପ୍ରସ୍ତାବ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଗୋଟିଏ ଦାୟିତ୍ୱ ସମ୍ପନ୍ନ ରାଜନୈତିକ ଦଳ ହିସାବରେ ବିଜେଡି ମଧ୍ୟ ଏହାକୁ ବିରୋଧ କରିଛି। କିନ୍ତୁ ଅସହିଷ୍ଣୁତାର ଚରମସୀମା ଭାବେ ବିଜେଡିର ୩ଜଣ ନେତାଙ୍କ ବିରୋଧରେ ଭାଜପା ଆମର୍‌ସ ଆକ୍ଟର ୨୭ ଧାରା ଅନୁଯାୟୀ ଥାନାରେ ଏଫ୍‌ଆଇଆର୍‌ ରୁଜୁ କରିଛି; ଯାହା ପ୍ରତିହିଂସା ରାଜନୀତିର ନିଚ୍ଛକ ଉଦାହରଣ। ତାଙ୍କ ବିରୋଧରେ ଥାନାରେ ଦାଖଲ ଏଫ୍‌ଆଇଆର୍‌କୁ ପାଠକଲେ ଏହି ଅଭିଯୋଗ ଯେ ସମ୍ପୂର୍ଣ୍ଣ ମିଥ୍ୟା ଓ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ସ୍ପଷ୍ଟ ପ୍ରତୀୟମାନ ହେଉଛି। ଏହି ଘଟଣାରେ ଆରମ୍ଭରୁ ଶେଷପର୍ଯ୍ୟନ୍ତ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ଏବଂ ଆନ୍ଦୋଳନକାରୀଙ୍କ ହାତରେ ଯଦି ମାରଣାସ୍ତ୍ର ଥିଲା, ତା’ହେଲେ ପୋଲିସ ଅଧିକାରୀମାନେ ଦେଖି ପାରି ନ ଥିଲେ କିପରି ବୋଲି ଗଣେଶ୍ୱର ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri