ଶାସକ ଦଳର ଗୁଣ୍ଡାଗର୍ଦ୍ଦି ଗଣତନ୍ତ୍ର ପ୍ରତି ବିପଦ: ଭାଜପା

ଭୁବନେଶ୍ୱର, ୯ା୨(ବ୍ୟୁରୋ):ସରକାରୀ କଳର ଅପବ୍ୟବହାର କରି ଶାସକ ଦଳ କାର୍ଯ୍ୟକର୍ତ୍ତାଙ୍କ ଗୁଣ୍ଡାଗର୍ଦ୍ଦି ବର୍ତ୍ତମାନ ରାଜ୍ୟର ସ୍ବଚ୍ଛ ଗଣତନ୍ତ୍ର ପ୍ରତି ବିପଦ ଆଣିଛି। ଏହାସତ୍ତ୍ୱେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ସମସ୍ତ ବିଧିବ୍ୟବସ୍ଥାକୁ ଫୁ କରିଦେଇ ବ୍ୟାପକ ଅର୍ଥ ବଣ୍ଟନ ନିର୍ବାଚନ ଆଚରଣ ବିଧିକୁ ସମ୍ପୂର୍ଣ୍ଣ ଉଲ୍ଲଂଘନ କରୁଛି। ଚଳିତ ପଞ୍ଚାୟତ ନିର୍ବାଚନରେ ଭୋଟରଙ୍କୁ ଟଙ୍କା। ବାଣ୍ଟି ଭୟଭୀତ କରାଇ ଜୋରଜବରଦସ୍ତ ଭୋଟ ହାତେଇବାର ବହୁ ଘଟଣାର ଭିଡିଓ ସର୍ବସାଧାରଣରେ ଭାଇରାଲ ହେଉଛି। ତଥାପି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ବୋଲି ନିର୍ବାଚନ କମିଶନଙ୍କ ନିକଟରେ ଭାଜପା ପ୍ରତିନିଧି ଦଳ ଦାବି କରିଛି। ମଙ୍ଗଳବାର ଭାଜପା ତରଫରୁ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ତଥ୍ୟ ଓ ପ୍ରମାଣ ସହିତ ଅଭିଯୋଗ କରାଯିବା ସହ ଏହି ଘଟଣାର ବିହୀତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରାଯାଇଛି। ଭାଜପା ଅଭିଯୋଗ କରିଛି, ମାଲକାନଗିରିର ଜିଲା ପରିଷଦ ଜୋନ୍‌-୩ ଗୁମୁଖା ପଞ୍ଚାୟତରେ ଏକ ନିର୍ବାଚନୀ ସଭାରେ ଶାସକ ବିଜେଡି ନେତୃବୃନ୍ଦ ଖୋଲାଖୋଲି ଟଙ୍କା ବାଣ୍ଟି ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ନିର୍ଦ୍ଦେଶ ଦେଉଛନ୍ତି। ସେହିପରି ପୁରୀ ଜିଲା କାକଟପୁର ନିର୍ବାଚନମଣ୍ଡଳୀର ଜୋନ୍‌-୭ରେ ମଧ୍ୟ ବିଜେଡି କାର୍ଯ୍ୟକର୍ତ୍ତାମାନେ ଧମକଚମକ ଦେଇ ଭୋଟରଙ୍କୁ ଭୟଭୀତ କରିବାର ଦୃଶ୍ୟ ଭାଇରାଲ ହୋଇଛି। ଏହି ୨ ଘଟଣାରେ ଶାସକ ଦଳ କାର୍ଯ୍ୟକର୍ତ୍ତାଙ୍କ ଆଚରଣ ବିଧି ଉଲ୍ଲଂଘନକୁ ନେଇ ବିହୀତ ପଦକ୍ଷେପ ଗ୍ରହଣ ଦାବିରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଭାଜପା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri