Odisha Elections 2024

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା କୁରୁଡ଼ା ଛକରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସଭାସ୍ଥଳରେ ପହଞ୍ଚିଥିଲେ।
ପ୍ରାର୍ଥୀ ଜେନା, ରେମୁଣା ବିଧାୟକ ପ୍ରାର୍ଥୀ ସୁଦର୍ଶନ ଜେନା ଓ ଅନ୍ୟ ନେତୃବୃନ୍ଦ ମଧୁସୂଦନ ଦାସଙ୍କ ଫଟୋଚିତ୍ରରେ ପୁଷ୍ପାଞ୍ଜଳି ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଜିଲା ସଭାପତି ସଞ୍ଜୀବ ଗିରି ସଭାପତିତ୍ୱ କରି ବାଲେଶ୍ୱରର ବିକାଶ ଚାହୁଁଥିଲେ ଶ୍ରୀକାନ୍ତ ଜେନାଙ୍କୁ ସମର୍ଥନ କରିବାକୁ ନିବେଦନ କରିଥିଲେ। ସେହିଭଳି ରେମୁଣା ବିଧାୟକ ପ୍ରାର୍ଥୀ ଜେନା କହିଥିଲେ ଯେ, ଗତ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ବାଲେଶ୍ୱରର ଏମ୍‌ପି ଶ୍ରୀକାନ୍ତ ଜେନା ଓ ତାଙ୍କ ବିଧାୟକ ସମୟରେ ହୋଇଥିବା ବିକାଶ ଅତୁଳନୀୟ। ଶ୍ରୀକାନ୍ତ ତାଙ୍କ ବକ୍ତବ୍ୟରେ କହିଥିଲେ କି, ୨୦୧୪ ପରେ ଦୁଇଜଣ ଏମ୍‌ପି ବାଲେଶ୍ୱରରୁ ସଂସଦକୁ ଯାଇଛନ୍ତି। ବାଲେଶ୍ୱରର ବିକାଶରେ ସେମାନଙ୍କର ଭୂମିକା କ’ଣ ବୋଲି ପ୍ରଶ୍ନ କରିଥିଲେ। ଆମ ସରକାର ଥିବା ବେଳେ ଦେଶର ପ୍ରଥମ ଜିଲା ବାଲେଶ୍ୱର ଜିଲାକୁ ନାବାର୍ଡ଼ ଚାଷୀ ଓ ଚାଷର ଉନ୍ନତି ପାଇଁ ୧୦୦୦କୋଟି ଟଙ୍କା ଦେଇଥିଲେ, କୁଆଡେ ଗଲା ସେ ଟଙ୍କା। ସେହିଭଳି ମୁଖ୍ୟମନ୍ତ୍ରୀଙ୍କୁ ମହିଳାଙ୍କ ପ୍ରତି ଦରଦ ଅଛି, ତେବେ କାହିଁକି ଇସ୍ତଫା ଦେଇ ଜଣେ ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ବନାଉନାହାନ୍ତି ବୋଲି ପ୍ରଶ୍ନ କରିଥିଲେ। ଯଦି ଆମ କାମର ହିସାବ ଦେବୁ କାଗଜ କଲମ କମ୍‌ ପଡ଼ିଯିବ ବୋଲି ଏମ୍‌ପି ପ୍ରାର୍ଥୀ ଜେନା କହିଥିଲେ। ସତ୍ୟଶିବ ଦାସ, ଅକ୍ଷୟ ଆଚାର୍ଯ୍ୟ, ବିକାଶ ଦାସ, ରଞ୍ଜନ ଦାସ, ତରୁଣ ଦାସ, ଗଣେଶ ପଣ୍ଡା, ସୁଧାଂଶୁ ଜେନା, ଜ୍ୟୋତ୍ସ୍ନା ସେନାପତି, ଅକ୍ଷୟ ମଲ୍ଲିକ, ତୁଷାର ତପସ୍ବୀ, ଅଜଗର ଅଲ୍ଲୀ, କୁମୁଦୁନି ଦାଶ, କହ୍ନେଇ ବେହେରା, ନିସିତ ବାରିକ, ମନୋରଞ୍ଜନ ପଣ୍ଡା, ଅନିରୁଦ୍ଧ ସେନାପତି, ରାମନାରାୟଣ ଶତପଥୀ, ଊର୍ମିଳା ମାଝି, ସରୋଜ ଲେଙ୍କା, ନିରଞ୍ଜନ ବେହେରା ଓ ମନୋଜ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri