୨୦ ବିଧାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ବଢୁଛି

ଭୁବନେଶ୍ୱର,୪।୪(ବ୍ୟୁରୋ): ଭାଜପାର ସବୁ ବିଧାୟକମାନଙ୍କ ଏକାସଙ୍ଗେ ନୂଆଦିଲ୍ଲୀ ଗସ୍ତ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍‌ ଧରିଥିଲା। ହଠାତ୍‌ ବିଧାନସଭା ଶେଷ ହେବା ପରେ ସେହିଦିନ ବିଳମ୍ବିତ ରାତିରେ ସମସ୍ତ ଭାଜପା ବିଧାୟକଙ୍କ ଏଭଳି ଦିଲ୍ଲୀ ଗସ୍ତ ପରେ ବିରୋଧୀ ଦଳ ନେତା ପଦ ପରିବର୍ତ୍ତନ ହୋଇପାରେ ବୋଲି କୁହାଯାଉଛି। ତେବେ ଅଧିକାଂଶ ବିଧାୟକ ରବିବାର ବିଳମ୍ବିତ ସାରେ ଭୁବନେଶ୍ୱର ଫେରି ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କୁ ଦେଖିବା ଲାଗି ସମସ୍ତେ ଯାଇଥିବା କଥା ବିଧାୟକମାନେ କହିଛନ୍ତି। ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ କହିଛନ୍ତି, ବିରୋଧୀ ଦଳ ନେତାଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ବୁଝିବା ସହ ତାଙ୍କୁ ଦେଖିବାକୁ ଯାଇଥିଲୁ। ଅନ୍ୟ କୌଣସି ରାଜନୈତିକ ଉଦ୍ଦେଶ୍ୟ ନ ଥିଲା। ତେବେ ଏହି ଅବସରରେ ଓଡିଶାର ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ, ଅଶ୍ୱିନୀ ବୈଷ୍ଣବ ଏବଂ ବିଶ୍ୱେଶ୍ୱର ଟୁଡୁଙ୍କ ସହ ସାକ୍ଷାତ କରିଥିଲୁ। ଆଗାମୀ ଦିନରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ଲାଗି ସମୟ ମାଗିଥିବା କଥା ସେ କହିଛନ୍ତି।
ଯେ, ବିରୋଧୀ ଦଳ ନେତା କିଛି ମାସ ହେବ କୋଭିଡ୍‌ରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡିଥିଲେ। ଏହାପରେ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ସାମାନ୍ୟ ସୁଧାର ଆସିଥିବା ବେଳେ ପରବର୍ତ୍ତୀ ସମୟରେ ତାହା ବିଗିଡିଯାଇଥିଲା। ତେଣୁ ତାଙ୍କୁ ଦିଲ୍ଲୀକୁ ସ୍ଥାନାନ୍ତର କରାଯିବା ସହ ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ହେଲେ ଓଡିଶା ଭବନରେ ଭାଜପା ବିଧାୟକମାନେ ରହିବା ଏବଂ ଏହି ସମୟରେ ଜଣେ ଟାଣୁଆ ବିଜେଡି ନେତା ସେଠାରେ ରହିଥିବା ଖବର କିନ୍ତୁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଗୋଟିଏ ସମୟରେ ଏମିତି ବିଜେଡି ନେତାଙ୍କ ଯିବା ଏବଂ ସମାନଭାବେ ଭାଜପା ବିଧାୟକମାନେ ଯିବା ପଛରେ ବଡ ରାଜନୈତିକ ଉଦ୍ଦେଶ୍ୟ ଥାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri