Posted inଖେଳ

ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ। ଅବସର ପୂର୍ବରୁ ବିରାଟ ନିଜ କ୍ୟାରିୟରରେ ସେହି ସବୁ ଜିନିଷ ହାସଲ କରିବାକୁ ଚାହାଁନ୍ତି ଯାହାକି ଅବସର ପରେ ତାଙ୍କର କୌଣସି ଅନୁତାପ ହେବ ନାହିଁ। ସେ କହିଛନ୍ତି ଯେ ଥରେ ଚାଲିଗଲେ ସେ କିଛି ସମୟ ସମୟ ପାଇଁ ନଜର ବି ଆସିବେ ନାହିଁ। ଆଇପିଏଲ ୨୦୨୪ରେ ଚମତ୍କାର ବ୍ୟାଟିଂ କରୁଥିବା କୋହଲି ଚଳିତ ସିଜନରେ ୧୩ ଟି ମ୍ୟାଚରେ ସର୍ବାଧିକ ୬୬୧ ରନ ସଂଗ୍ରହ କରିଛନ୍ତି। ନିକଟରେ ସେ ଏହି ଟି -୨୦ ଲିଗରେ ଏକ ଅଷ୍ଟମ ଶତକର ରେକର୍ଡ ମଧ୍ୟ କରିଥିଲେ।
ସୋସିଆଲ ମିଡିଆରେ ଆରସିବି ଦ୍ୱାରା ପୋଷ୍ଟ କରାଯାଇଥିବା ଭିଡିଓରେ ୩୫ ବର୍ଷୀୟ ବିରାଟ କୋହଲି କହିଛନ୍ତି ଯେ ଅନୁତାପ ନକରି ବଞ୍ଚିବାର ଇଚ୍ଛା ହେଉଛି ତାଙ୍କର ପ୍ରେରଣା। କୋହଲି କହିଛନ୍ତି, ‘ମୁଁ କୌଣସି କାମକୁ ଅସମ୍ପୂର୍ଣ୍ଣ ଛାଡିବାକୁ ଚାହେଁ ନାହିଁ ଯାହା ଦ୍ୱାରା ପରେ ଅନୁତାପ ହେବ ନାହିଁ। କାମ ସରିବା ପରେ ମୁଁ ଚାଲିଯିବି ଏବଂ କିଛି ସମୟ ପାଇଁ ଆଉ ଦେଖାଯିବି ନାହିଁ। ଯେପର୍ଯ୍ୟନ୍ତ ମୁଁ ଖେଳୁଛି, ମୁଁ ଖେଳକୁ ମୋର ସବୁକିଛିଦେବାକୁ ଚାହୁଁଛି। ଏହା ମୋର ପ୍ରେରଣା।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri