ବାଘ ବୁଲୁବା ଘଟଣାକୁ ଗୁଜବ କହିଲେ ବନାଞ୍ଚଳ ଅଧିକାରୀ

ମାଲକାନଗିରି,୧୨ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗତ ସପ୍ତାହରେ ଏକ ପିଚୁପଡିଆ ରାସ୍ତାରେ ଗୋଟିଏ ମହାବଳ ବାଘ ବୁଲୁଥିବା ଭିଡିଓ ଭାଇରାଲ ହୋଇଛି। ତେବେ ଏହାକୁ ଗୁଜବ ବୋଲି ମାଲକାନଗିରି ବନାଞ୍ଚଳ ଅଧିକାରୀ ସୁଶାନ୍ତ କୁମାର ଦଳେଇ କହିଛନ୍ତି। ସମ୍ପୃକ୍ତ ଅଞ୍ଚଳର ଲୋକମାନେ ଭୟଭୀତ ନ ହୋଇ ନିର୍ଭୟରେ ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବା ଲାଗି ପରାମର୍ଶ ଦେଇଛନ୍ତି। ଏହି ମହାବଳ ବାଘ ବୁଲୁଥିବା ଏବଂ ତା’ର ପାଦ ଚିହ୍ନ ଜଙ୍ଗଲ ମଧ୍ୟରେ ଥିବା ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।

ଏହି ସମ୍ପର୍କରେ ବନାଞ୍ଚଳ ଅଧିକାରୀ ଦଳେଇ କହିଛନ୍ତି, ଏହା ଏକ ଗୁଜବ। ଯେଉଁ ଭିଡିଓଟି ଭାଇରାଲ ହେଉଛି ତାହା କର୍ନାଟକ ହୁଗୁଲି ଅଭୟାରଣ୍ୟର। ପିଚୁରାସ୍ତା କଡରେ ବାଘ ଯାଉଥିବା କଲଭର୍ଟର ଉଭୟ ସାଇଟ୍‌ରେ ପିଲରଗୁଡିକ ଉପରେ ହଳଦିଆ, ତଳେ ଧଳା କଲର ମାର୍କ ରହିଛି, ଯାହା ଆମ ଓଡ଼ିଶାରେ ଏପରି ରଙ୍ଗର ସଙ୍କେତ କେଉଁଠି ନାହିଁ। ଜନସାଧାରଣଙ୍କ ମହାବଳ ବାଘ ଥିବା ଭିଡିଓକୁ ବିଶ୍ୱାସ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ତେବେ ଏହି ଭିଡିଓ କେଉଁଠୁ ଆସିଛି, କିଏ ଭାଇରାଲ କରିଛି ତାର ତଦନ୍ତ କରିବାକୁ ସେ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ଏହି ସମ୍ପର୍କରେ ନିଲିଗୁଡା ପୂର୍ବତନ ସରପଞ୍ଚ ବୁଦୁରା କାର୍ତ୍ତାମି କହିଛନ୍ତି, ମାଟେରୁ, ନିଲିଗୁଡା ପଞ୍ଚାୟତରେ ମହାବଳ ବାଘକୁ ନେଇ ଗୁଜବ ସୃଷ୍ଟି କରାଯାଇଛି । ଏଥିରେ କିଛି ସତ୍ୟତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri