ବଲିଉଡ୍‌ ରାମ୍ବୋଙ୍କ ବିବାହ ନେଇ ଚର୍ଚ୍ଚା…

ମୁମ୍ବାଇ: ବଲିଉଡ୍‌ ରାମ୍ବୋ ଭାବେ ପରିଚିତ ହାସଲ କରିଥିବା ଅଭିନେତା ଟାଇଗର ଶ୍ରଫଙ୍କୁ ମଙ୍ଗଳବାର ୩୧ ବର୍ଷ ପୂରଣ ହୋଇଛି। ୧୯୯୦ ମାର୍ଚ୍ଚ ୨ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଜୟ ହେମନ୍ତ ଶ୍ରଫ। ୨୦୧୪ରେ ହିରୋପନ୍ତି ମାଧ୍ୟମରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ବାଗି, ଏ ଫ୍ଲାଇଙ୍ଗ୍‌ ଜାଟ୍‌, ମୁନ୍ନା ମିଚେଲ୍‌, ସ୍ପାଇଡର ମ୍ୟାନ୍‌: ହୋମ୍‌ କମିଂ, ଓ୍ବେଲକମ୍‌ ଟୁ ନ୍ୟୁୟର୍କ, ବାଗି-୨, ଷ୍ଟୁଡେଷ୍ଟ୍‌ ଅଫ୍‌ ଦି ଇୟର, ଓ୍ବାର ଏବଂ ୨୦୨୦ରେ ରିଲିଜ୍‌ ହୋଇଥିବା ବାଗି-୩କୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଗର୍ଲଫ୍ରେଣ୍ଡ ଦିଶା ପାଟାନିଙ୍କ ସହିତ ଟାଇଗରଙ୍କ ସମ୍ପର୍କକୁ ନେଇ ଏବେ ବଲିଉଡ୍‌ରେ ଚର୍ଚ୍ଚା ଜାରି ରହିଛି। ଦିଶାଙ୍କୁ ଟାଇଗର ବିବାହ କରିବେ କି ନାହିଁ ସେ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ଟାଇଗରଙ୍କ ନାମ କିଭଳି ଏବଂ କିପରି ଦିଆଯାଇଥିଲା ସେ ନେଇ ପିତା ଜ୍ୟାକି ଶ୍ରଫ୍‌ ଏକ ସାକ୍ଷାତ୍‌କାରରେ ପ୍ରକାଶ କରିଥିଲେ। ପିଲାଦିନେ ଟାଇଗର ଜ୍ୟାକିଙ୍କ ମୁହଁକୁ ନଖରେ ରାମ୍ପୁଡ଼ି ଦେଉଥିଲେ। ତେଣୁ ତାଙ୍କ ନାମ ଟାଇଗର ରଖିବା ପାଇଁ ନିଷ୍ପତି କରାଯାଇଥିଲା। ଟାଇଗର ପିଲାଦିନେ ଅତି ଶାନ୍ତ ସ୍ବଭାବରେ ଥିଲେ। ଦିନ ସାରା ଖେଳକୁଦରେ ମଜ୍ଜି ରହିବା ସହିତ ମନକୁ ମନ କିଛି ଚିନ୍ତା ମଧ୍ୟ କରୁଥିଲେ। ଏବେ ମଧ୍ୟ ବହୁ ସମୟରେ ଚୁପ୍‌ଚାପ୍‌ ବସି କିଛି ଚିନ୍ତା କରୁଥିବାର ସ୍ବଭାବ ଟାଇଗରଙ୍କର ରହିଥିବା ଜ୍ୟାକି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri