ସିମନବାଡ଼ି ଅଞ୍ଚଳରେ ହାତୀ ବୁଲୁଥିବା ଗୁଜବ: ଜଙ୍ଗଲ ଓ ପରିବେଶ ବିଭାଗର ଯାଞ୍ଚ

ଦାରିଙ୍ଗବାଡ଼ି,୧୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ସିମନବାଡ଼ି ସେକ୍ସନର ୫୯ ନଂ ଜାତୀୟ ରାଜପଥର ଟୋଲ୍‌ ଗେଟ୍‌ ନିକଟରେ ହାତୀ ବୁଲୁଥିବା ନେଇ କେହି ଏକ ଜଙ୍ଗଲ ହାତୀର ଫଟୋ ଭାଇରାଲ କରିଛି। ଫଳରେ ଜଙ୍ଗଲ ଓ ପରିବେଶ ବିଭାଗ ଘଟଣାଟିକୁ ଗୁରୁତର ଭାବେ ଗ୍ରହଣ କରି ବାଲିଗୁଡ଼ା ଏସିଏଫ୍‌ ସତୀଶ କୁମାର ଧରୁଆଙ୍କ ନେତୃତ୍ୱରେ କର୍ମଚାରୀମାନେ ଜଙ୍ଗଲରେ ହାତୀ ଖୋଜିବା ସହ ତାର ପାଦ ଚିହ୍ନ ଓ ଜଙ୍ଗଲରେ ଗଛ ଭାଙ୍ଗିଛି କି ନାହିଁ ତାହା ଖୋଜା ଚାଲିଛି। ତେବେ ଜଙ୍ଗଲୀ ହାତୀର କୌଣସି ସନ୍ଧାନ ନ ଥିବା ଏସିଏଫ୍‌ ସତୀଶ ଧାରୁଆ କହିଛନ୍ତି। ହାତୀ ଜଙ୍ଗଲରେ ବୁଲିବା ସମୟରେ ଏକାଧିକ ସ୍ଥାନରେ ଡାଳପତ୍ର ଖାଇଥାଏ। ଏହା ସହଜରେ ହାତୀ ରହିଥିବା ଜଣାପଡ଼ିଥାଏ କିନ୍ତୁ ଯେଉଁ ଅଞ୍ଚଳ ଦେଇ ହାତୀ ଯାଇଥିବା କିଛି ଲୋକ ଗୁଜବ କରୁଛନ୍ତି ତାହା ଏବେ ସୁଦ୍ଧା କୌଣସି ସତ୍ୟତା ଜଣାପଡ଼ି ନ ଥିବା ବିଭାଗ ପକ୍ଷରୁ କୁହାଯାଇଛି। ତଥାପି ବିଭାଗ ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଉଥିବା ଏସିଏଫ୍‌ ଧାରୁଆ କହିଛନ୍ତି। ସେହିପରି ହାତୀ ବୁଲୁଥିବା ଯେଉଁ ବ୍ୟକ୍ତି ଖବର ଦେଇଛନ୍ତି ସେ ଆଉ ଫୋନ୍‌ ରିସିଭ୍‌ କରୁ ନ ଥିବା ବିଭାଗ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ୨୦୦୯/୨୦୧୦ରେ ଲଖାରି ଜଙ୍ଗଲରୁ ହାତୀପଲ ଗଞ୍ଜାମ ଜିଲା ଗଜଲବାଡ଼ି ଦେଇ କନ୍ଧମାଳ ଜିଲାର ରାଇକିଆ ବ୍ଲକ ହୋଇ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଓ କିରିକୁଟି, ବାଡ଼ାବାଙ୍ଗା ପଞ୍ଚାୟତ ଅଞ୍ଚଳରେ ଉପଦ୍ରବ କରିବା ସହ ଏକାଧିକ ଲୋକଙ୍କ ଜୀବନ ଚାଲିଯିବା ସହ ବହୁ ଧନ ସମ୍ପତ୍ତି ନଷ୍ଟ କରିଥିଲେ। ତେଣୁ ବନବିଭାଗ ଏବେ ହାତୀ ଆସିଛିକି ନାହିଁ ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ଏହା ଗୁଜବ କି ବୋଲି ଆଶଙ୍କା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri