ସ୍କୁଲରେ ଭୂତପ୍ରେତ ନେଇ ଗୁଜବ, ତାନ୍ତ୍ରିକଙ୍କ ଦ୍ୱାରା ଛାତ୍ରୀଛାତ୍ରଙ୍କ ଚିକିତ୍ସା କରାଯାଉଥିବା ଭିଡିଓ ଭାଇରାଲ…

ଲକ୍ଷ୍ନୌ,୨୨।୧୨ : ଉତ୍ତରପ୍ରଦେଶ ମହୋବାର ପାନୱାଡିରେ ଅବସ୍ଥିତ ଜୁନିଅର ହାଇସ୍କୁଲ ୧୫ ଜଣ ଛାତ୍ରୀଛାତ୍ର୍ର ଅଚେତ ହେବା ପ୍ରସଙ୍ଗରେ ଏକ ନୂଆ ମୋଡ଼ ଆସିଛି। ଅଭିଭାବକମାନେ ନିଜ ପିଲାମାନଙ୍କୁ ସୁସ୍ଥ କରିବା ପାଇଁ ତନ୍ତ୍ର-ମନ୍ତ୍ର କରୁଥିବା ଚର୍ଚ୍ଚା ହେଉଛି। ଏବେ ତାନ୍ତ୍ରିକଙ୍କ ଦ୍ୱାରା ଛାତ୍ରୀଛାତ୍ରଙ୍କ ଚିକିତ୍ସା କରାଯାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତାନ୍ତ୍ରିକ ପିଲାମାନଙ୍କର କେଶ ଧରି ଝାଡ଼ଫୁଙ୍କ କରୁଥିବାର ଦେଖାଯାଉଛି। କିଛି ଗ୍ରାମବାସୀ ସ୍କୁଲରେ ଭୂତପ୍ରେତର ପ୍ରକୋପ ଥିବା ନେଇ ଗୁଜବ ସୃଷ୍ଟି କରୁଛନ୍ତି।

ଡିସେମ୍ବର ୧୮ ରେ, ଛାତ୍ରୀଛାତ୍ର୍ରମାନେ ହଠାତ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ଶୀଘ୍ର ଶିକ୍ଷକମାନେ ପିତାମାତାଙ୍କୁ ଡାକି ସେମାନଙ୍କୁ ଘରକୁ ପଠାଇଥିଲେ। ପିତାମାତାମାନେ ମଧ୍ୟ ସେମାନଙ୍କର ପିଲାମାନଙ୍କୁ ଡାକ୍ତରଙ୍କ ଦ୍ୱାରା ଚିକିତ୍ସା କରିଥିଲେ। କିନ୍ତୁ ସେମାନେ ଆରୋଗ୍ୟ ହୋଇପାରି ନ ଥିଲେ। ସେମାନେ ବର୍ତ୍ତମାନ ତନ୍ତ୍ର-ମନ୍ତ୍ରର ସାହାରା ନେଇଛନ୍ତି।

ଏହି ପ୍ରସଙ୍ଗରେ ଜିଲା ଚିକିତ୍ସା ଅଧିକାରୀ କହିଛନ୍ତି ଯେ ଖାଦ୍ୟ ଓ ପାନୀୟ ଯୋଗୁଁ ପିଲାମାନେ ଅସୁସ୍ଥ ହୋଇନାହାଁନ୍ତି, କିନ୍ତୁ ଗାଁରେ ସୃଷ୍ଟି ହୋଇଥିବା ସମସ୍ତ ଗୁଜବ ଯୋଗୁଁ ପିଲାମାନେ ଭୟଭୀତ ହୋଇପଡିଛନ୍ତି। ପରାମର୍ଶ ଦେଇ ସମସ୍ତଙ୍କୁ ମନାଇବା ପାଇଁ ପ୍ରୟାସ କରାଯାଉଛି ଏବଂ ପିଲାମାନଙ୍କୁ ବିଦ୍ୟାଳୟକୁ ପଠାଇବା ପାଇଁ ଏକ ଅନୁରୋଧ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri