ରାଷ୍ଟ୍ରପତି ପଦ ଛାଡିବାକୁ ପ୍ରସ୍ତୁତ ହେଲେଣି ଟ୍ରମ୍ପ!

ୱାଶିଂଟନ,୨୪ ।୧୧: ଶେଷରେ ଆମେରିକା ରାଷ୍ଟ୍ରପତି ପଦ ଓ ହ୍ୱାଇଟ ହାଉସ ଛାଡିବାକୁ ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଥିବା ସୂଚନା ମିଳିଛି । ସୋମବାର ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କ ପ୍ରଶାସନ ପାଇଁ ସରକାର ଗଠନ କରିବାକୁ ଯାଉଥିବା ସରକାରୀ ଏଜେନ୍ସି କହିଥିଲା କି ଶାସନ ହସ୍ତାନ୍ତର ପାଇଁ ଲଗାଯାଇଥିବା ପ୍ରତିବନ୍ଧକକୁ ହଟାଇ ଦିଆଯାଉଛି । ଏହାପରେ ଟ୍ରମ୍ପ ସଙ୍କେତ ଦେଇଥିଲେ କି ଏବେ ଜେନରାଲ ସର୍ଭିସେସ୍ ଆଡିନିଷ୍ଟ୍ରେଶନକୁ ଯାହା ଆବଶ୍ୟକ ତାହା କରିବା ଦରକାର । ଏହିପରି ଭାବେ ଟ୍ରମ୍ପ ଜୋ ବାଇଡେନ୍‌ଙ୍କ ବିଜୟକୁ ସ୍ୱୀକାର କରିବାକୁ ଯାଉଛନ୍ତି । ସୂଚନାଯୋଗ୍ୟ, ଶାସନ ହସ୍ତାନ୍ତର ପାଇଁ ଦାୟୀ ସଂଘିୟ ଏଜେନ୍ସିର ମୁଖ୍ୟ କହିଥିଲେ କି ସେ ବାଇଡେନ୍‌ଙ୍କ ହ୍ୱାଇଟ୍ ହାଉସ୍ ଆଗମନକୁ ନେଇ ଜରୁରୀ ସାମଗ୍ରୀ ଯୋଗାଇ ଦେବେ । ଏହା ଜାଣିବା ପରେ ଟ୍ରମ୍ପ ଏବେ ଏଭଳି ବୟାନ ଦେଇଛନ୍ତି । ସୂଚନାଯୋଗ୍ୟ, ନଭେମ୍ବର ୩ରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ବାଇଡେନ୍ ବିଜୟୀ ହୋଇଥିଲେ ବି ଟ୍ରମ୍ପ ଆଜି ପର୍ଯ୍ୟନ୍ତ ଏହାକୁ ସ୍ୱୀକାର କରିବାକୁ ରାଜି ନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri