ଗଞ୍ଜାମ ପୋଲିସ ପକ୍ଷରୁ ‘ରନ୍ ଫର୍ ୟୁନିଟି’ ଓ ‘ନିଶାମୁକ୍ତ ଓଡ଼ିଶା’

ଛତ୍ରପୁର, ୩୧।୧୦ (ଦିଲ୍ଲୀପ ସାମଲ): ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୧ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗଞ୍ଜାମ ପୋଲିସ ପକ୍ଷରୁ ‘ରନ୍ ଫର୍ ୟୁନିଟି’ ଦୌଡ଼ ଓ ‘ନିଶାମୁକ୍ତ ଓଡ଼ିଶା’ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ଛତ୍ରପୁରସ୍ଥିତ ପୋଲିସ ପ୍ୟାରେଡ୍ ପଡ଼ିଆରୁ ‘ରନ୍ ଫର୍ ୟୁନିଟି’ ଦୌଡ଼ର ଶୁଭାରମ୍ଭ ହୋଇଥିଲା। ଅତିରିକ୍ତ ଏସ୍‌ପି (ଏସ୍‌ପି ପଦକୁ ପଦୋନ୍ନତିପ୍ରାପ୍ତ) ପ୍ରଶାନ୍ତ କୁମାର ଦାଶ ପତାକା ଦେଖାଇ ଦୌଡ଼ର ଶୁଭାରମ୍ଭ କରିଥିଲେ। ପୋଲିସ କର୍ମଚାରୀ, ହୋମଗାର୍ଡ ଓ ଅନ୍ୟମାନେ ଏଥିରେ ସାମିଲ ହୋଇ ଛତ୍ରପୁର ସହର ପରିକ୍ରମା କରିଥିଲେ। ଏହା ମାଧ୍ୟମରେ ଜାତୀୟ ଏକତା, ଅଖଣ୍ଡତା, ଶାନ୍ତି ଓ ଭାଇଚାରାର ବାର୍ତ୍ତା ପ୍ରଚାର କରାଯାଇଥିଲା।

ଏହି ଅବସରରେ ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ନିଶାଦ୍ରବ୍ୟକୁ ‘ନା’ କହିବା ସହ ଯୁବପିଢ଼ିଙ୍କୁ ନିଶାଦ୍ରବ୍ୟ ସେବନର କୁପ୍ରଭାବ ସମ୍ପର୍କରେ ସଚେତନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ରବିକାନ୍ତ ସୁନା ଓ ପ୍ରଭା ଧାନ, ଡିଏସ୍‌ପି ଜ୍ୟୋତ୍ସ୍ନା କାଉଁରୀ ଓ କାଳୁଚରଣ ବେହେରା, ଛତ୍ରପୁର ଏସ୍‌ଡିପିଓ ଚନ୍ଦନ କୁମାର ଘଡ଼ାଇ, ଛତ୍ରପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ, ରିଜର୍ଭ ଇନ୍ସପେକ୍ଟର ସୁରେଶ କୁମାର ବଳିଆରସିଂହ ଓ ଇନ୍ସପେକ୍ଟର ଅଞ୍ଜଳି ବିଶ୍ୱାଳଙ୍କ ସମେତ ବହୁ ପୋଲିସ ଓ ହୋମଗାର୍ଡ କର୍ମଚାରୀ ଯୋଗଦେଇଥିଲେ।

କାର୍ଯ୍ୟକ୍ରମକୁ ରିଜର୍ଭ ଇନ୍ସପେକ୍ଟର ସୁରେଶ କୁମାର ବଳିଆରସିଂହ ସଂଯୋଜନା କରିଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ରେକର୍ଡ ଭାଙ୍ଗିଲା ଶାହରୁଖଙ୍କ ‘କିଙ୍ଗ’, ବଢୁଛି ଉତ୍ସାହ

ମୁମ୍ବାଇ: ବଲିଉଡ୍‌ର ବାଦଶାହ ଶାହରୁଖ ଖାନଙ୍କ ଆଗାମୀ ଫିଲ୍ମ ‘କିଙ୍ଗ’କୁ ନେଇ ଏବେଠାରୁ ଜୋରଦାର ଚର୍ଚ୍ଚା। ଫିଲ୍ମ ରିଲିଜ ହେବା ପୂର୍ବରୁ ହିଁ ଏହା ଏକ ବଡ଼…

ବିଦ୍ୟାଭାରତୀଙ୍କୁ ଝଟକା: ଏଥର ହେବେ ବନ୍ଧା!

ବାରିପଦା/ଭୁବନେଶ୍ୱର, ୩୧।୧୦: ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଅଡ଼ୁଆ ବଢ଼ିଛି। ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ…

ନଭେମ୍ୱର ୧ରୁ ବଦଳିବ ଟଙ୍କା-ପଇସା ସହ ଜଡ଼ିତ ଏହି ସବୁ ବଡ଼ ନିୟମ: ପେନଶନଭୋଗୀଙ୍କ ଠାରୁ ସାଲାରୀ କର୍ମଚାରୀଙ୍କ ପର୍ଯ୍ୟନ୍ତ ପଡ଼ିବ ସିଧା ପ୍ରଭାବ

ନୂଆଦୀଲ୍ଲୀ,୩୧।୧୦: ନଭେମ୍ୱର ମାସ ଆରମ୍ଭ ହେବା ମାତ୍ରେ ଟଙ୍କା ଏବଂ ଟିକସ ସମ୍ୱନ୍ଧୀୟ ବଡ଼ ଧରଣର ପରିବର୍ତ୍ତନ ଘଟିବାକୁ ଯାଉଛି। ଏହାର ସିଧାସଳଖ ପ୍ରଭାବ ପେନସନଭୋଗୀ, ଟିକସଦାତା,…

SBI ୟୁଜର୍ସଙ୍କୁ ବଡ଼ ଝଟ୍‌କା: ଡିସେମ୍ୱର ୧ରୁ ତେଲ ଭରିବା-ଟ୍ରାନ୍ସପୋର୍ଟ ଖର୍ଚ୍ଚ ଉପରେ ଲାଗିବ ଏକ୍ସର୍ଟା ଚାର୍ଜ

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ର କ୍ରେଡିଟ କାର୍ଡ ବ୍ୟବହାର କରୁଥିବା ଗ୍ରାହକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ବାସ୍ତବରେ, ଏସବିଆଇ କାର୍ଡସ (SBI Cards)…

ସେମିଫାଇନାଲ ସ୍ବପ୍ନ ଚୂର୍‌ମାର: ଟୁର୍ନାମେଣ୍ଟରୁ ବିଦାୟ ନେଲେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ,୩୧।୧୦: ହଂକଂ ସୁପର ସିକ୍ସେସ ୨୦୨୬ରେ ଭାରତୀୟ ଦଳର ପ୍ରଦର୍ଶନ ଅତ୍ୟନ୍ତ ନିରାଶାଜନକ ରହିଛି। ଦଳର ପ୍ରଦର୍ଶନ କେତେ ଖରାପ ଥିଲା, ତାହା ଏଥିରୁ ଅନୁମାନ କରାଯାଇପାରେ…

ପ୍ରଖର ସ୍ରୋତରେ ଦବିଲା ଋଷିକୁଲ୍ୟା ନଦୀ ପଥର ବନ୍ଧ, ପାଣି ପଶିବା ଭୟରେ ତୁରନ୍ତ ସହାୟତା ପାଇଁ ଆଗେଇ ଆସିଲେ…

ଗଞ୍ଜାମ, ୩୧।୧୦(ବିଦ୍ୟାଧର ସାହୁ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁ ନଦୀର ସ୍ରୋତ…

ଟିମ୍‌ଇଣ୍ଡିଆରେ ସ୍ଥାନ ପକ୍କା କରିବା ପାଇଁ ଚୁପଚାପ କରୁଛନ୍ତି ଏହି କାମ: କୋଚ କରିଦେଲେ…

ନୂଆଦିଲ୍ଲୀ,୩୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି। ମାତ୍ର ୧୫…

ଗଞ୍ଜାମ-କନ୍ଧମାଳ ସୀମାନ୍ତରେ ବନ୍ୟା-ଭୂସ୍ଖଳନ ବିଭୀଷିକା: ୧୫ ନିଖୋଜଙ୍କ ମଧ୍ୟରୁ ଜଣେ ଜୀବିତ ଉଦ୍ଧାର, ଜାରି ରହିଛି…

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାନ୍ତବର୍ତ୍ତୀ ଡାଙ୍ଗେଶୀ ଏବଂ ଗିଡ଼ିପାବାଲି ଅଞ୍ଚଳରେ ଗୁରୁବାର ରାତିରେ ଘଟିଥିବା ଭୟାବହ ବନ୍ୟା ଓ ଭୂସ୍ଖଳନ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?