ରୁଙ୍ଗ୍‌ଟାରେ ୧୧ ହଜାର କୋଟିର ପୁଞ୍ଜି ନିବେଶ

ଭୁବନେଶ୍ୱର (ବ୍ୟୁରୋ)/ଢେଙ୍କାନାଳ ଅଫିସ ୧୫।୭: ୨୦୩୦ ମସିହା ସୁଦ୍ଧା ରାଜ୍ୟରେ ଇସ୍ପାତ ଉତ୍ପାଦନ ୧୦୦ ମିଲିୟନ ଟନ୍‌ରେ ପହଞ୍ଚତ୍ବ। ଏଥିଲାଗି ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ମହାମାରୀ ସତ୍ତ୍ୱେ ଗତ ଦୁଇବର୍ଷ ମଧ୍ୟରେ ରାଜ୍ୟରେ ପୁଞ୍ଜି ବିନିଯୋଗ ୪.୪୧ ଲକ୍ଷ କୋଟିକୁ ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ସରକାର ୧ଲକ୍ଷ ୪୭ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ଏଥିରେ ଇସ୍ପାତ ଶିଳ୍ପକୁ ଅଗ୍ରାଧିକାର ଦିଆଯାଇଛି। ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଝାଡ଼ବନ୍ଧ ଗ୍ରାମରେ ଚାଲିଥିବା ରୁଙ୍ଗ୍‌ଟା ମାଇନ୍ସ ସମନ୍ବିତ ଇସ୍ପାତ କାରଖାନାର ଉତ୍ପାଦନ କ୍ଷମତା ବଢ଼ିବ। ପ୍ରସ୍ତାବିତ ଲକ୍ଷ୍ୟ ଅନୁଯାୟୀ କାରଖାନାର ଉତ୍ପାଦନ କ୍ଷମତା ୨ଲକ୍ଷ ୮୫ ନିୟୁତ ଟନ୍‌ ରହିଥିଲା। ଏବେ ଏହାକୁ ୭ଲକ୍ଷ ୫୫ ନିୟୁତ ଟନ୍‌ ପର୍ଯ୍ୟନ୍ତ ବୃଦ୍ଧି କରାଯିବ। ଏଥିରେ ୧୧ ହଜାର ୧ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରାଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନ୍ୟପଟେ ଏହି ସମ୍ପ୍ରସାରିତ ବୃହତ୍‌ ପ୍ରକଳ୍ପ ଲାଗି ଢେଙ୍କାନାଳ ଜିଲାର ଜନପ୍ରତିନିଧି ଏବଂ ଜିଲାବାସୀ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।
ଭିଡିଓ କନ୍‌ଫରେନ୍ସରେ ଆୟୋଜିତ ଏ ସଂକ୍ରାନ୍ତ ଏକ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ, ଢେଙ୍କାନାଳକୁ ଏକ ଶିଳ୍ପ ସମୃଦ୍ଧ ଜିଲା ଭାବେ ଗଢିତୋଳିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ରୁଙ୍ଗ୍‌ଟା ମାଇନ୍ସ ସମନ୍ବିତ ଇସ୍ପାତ କାରଖାନା ସମ୍ପ୍ରସାରଣ ଏ ଦିଗରେ ଏକ ବଡ଼ ପଦକ୍ଷେପ। ୨୦୦୦ରେ ଶାସନ ଦାୟିତ୍ୱ ଗ୍ରହଣ କରିବା ସମୟରେ ରାଜ୍ୟରେ ମାତ୍ର ୨ ମିଲିୟନ ଟନ୍‌ ଇସ୍ପାତ ଉତ୍ପାଦନ ହେଉଥିଲା। ଏହା ଏବେ ୩୦ ମିଲିୟନ ଟନ୍‌ରେ ପହଞ୍ଚତ୍ଛି। ଇସ୍ପାତ କାରଖାନା ଯୋଗୁ ୧୭ ରାଜ୍ୟକୁ କୋଭିଡ୍‌ ସମୟରେ ଅକ୍ସିଜେନ ପଠାଯାଇପାରିଛି। ଢେଙ୍କାନାଳରେ ଚାଲିଥିବା ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାଦ୍ୱାରା ଜିଲାର ୮ ବ୍ଲକ ଏବଂ ସମସ୍ତ ସହରାଞ୍ଚଳରେ ଘରେ ଘରେ ପାଇପ୍‌ ପାଣି ସୁବିଧା ମିଳିପାରିବ। ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରାଯାଉଛି। ଜିଲା ମୁଖ୍ୟ ଚିକିତ୍ସାଳୟର ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି କରାଯିବା ଲାଗି ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ଓ୍ବାନ୍‌ ହଲ୍‌ରେ ଆୟୋଜିତ ଭିଡିଓ କନଫରେନ୍ସ ବୈଠକରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ, ଡା. ନୃସିଂହ ଚରଣ ସାହୁ, ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତ, ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ବିଜୟ ନାୟକ ପ୍ରମୁଖ ଉପସ୍ଥିତ ରହି ଜିଲାର ବିକାଶ ଲାଗି ସମୁଚିତ ପଦକ୍ଷେପ ନେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମକୁ ୫-ଟି ସଚିବ ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri