ରୁଙ୍ଗ୍‌ଟାରେ ୧୧ ହଜାର କୋଟିର ପୁଞ୍ଜି ନିବେଶ

ଭୁବନେଶ୍ୱର (ବ୍ୟୁରୋ)/ଢେଙ୍କାନାଳ ଅଫିସ ୧୫।୭: ୨୦୩୦ ମସିହା ସୁଦ୍ଧା ରାଜ୍ୟରେ ଇସ୍ପାତ ଉତ୍ପାଦନ ୧୦୦ ମିଲିୟନ ଟନ୍‌ରେ ପହଞ୍ଚତ୍ବ। ଏଥିଲାଗି ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ମହାମାରୀ ସତ୍ତ୍ୱେ ଗତ ଦୁଇବର୍ଷ ମଧ୍ୟରେ ରାଜ୍ୟରେ ପୁଞ୍ଜି ବିନିଯୋଗ ୪.୪୧ ଲକ୍ଷ କୋଟିକୁ ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ସରକାର ୧ଲକ୍ଷ ୪୭ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ଏଥିରେ ଇସ୍ପାତ ଶିଳ୍ପକୁ ଅଗ୍ରାଧିକାର ଦିଆଯାଇଛି। ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଝାଡ଼ବନ୍ଧ ଗ୍ରାମରେ ଚାଲିଥିବା ରୁଙ୍ଗ୍‌ଟା ମାଇନ୍ସ ସମନ୍ବିତ ଇସ୍ପାତ କାରଖାନାର ଉତ୍ପାଦନ କ୍ଷମତା ବଢ଼ିବ। ପ୍ରସ୍ତାବିତ ଲକ୍ଷ୍ୟ ଅନୁଯାୟୀ କାରଖାନାର ଉତ୍ପାଦନ କ୍ଷମତା ୨ଲକ୍ଷ ୮୫ ନିୟୁତ ଟନ୍‌ ରହିଥିଲା। ଏବେ ଏହାକୁ ୭ଲକ୍ଷ ୫୫ ନିୟୁତ ଟନ୍‌ ପର୍ଯ୍ୟନ୍ତ ବୃଦ୍ଧି କରାଯିବ। ଏଥିରେ ୧୧ ହଜାର ୧ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରାଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନ୍ୟପଟେ ଏହି ସମ୍ପ୍ରସାରିତ ବୃହତ୍‌ ପ୍ରକଳ୍ପ ଲାଗି ଢେଙ୍କାନାଳ ଜିଲାର ଜନପ୍ରତିନିଧି ଏବଂ ଜିଲାବାସୀ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।
ଭିଡିଓ କନ୍‌ଫରେନ୍ସରେ ଆୟୋଜିତ ଏ ସଂକ୍ରାନ୍ତ ଏକ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ, ଢେଙ୍କାନାଳକୁ ଏକ ଶିଳ୍ପ ସମୃଦ୍ଧ ଜିଲା ଭାବେ ଗଢିତୋଳିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ରୁଙ୍ଗ୍‌ଟା ମାଇନ୍ସ ସମନ୍ବିତ ଇସ୍ପାତ କାରଖାନା ସମ୍ପ୍ରସାରଣ ଏ ଦିଗରେ ଏକ ବଡ଼ ପଦକ୍ଷେପ। ୨୦୦୦ରେ ଶାସନ ଦାୟିତ୍ୱ ଗ୍ରହଣ କରିବା ସମୟରେ ରାଜ୍ୟରେ ମାତ୍ର ୨ ମିଲିୟନ ଟନ୍‌ ଇସ୍ପାତ ଉତ୍ପାଦନ ହେଉଥିଲା। ଏହା ଏବେ ୩୦ ମିଲିୟନ ଟନ୍‌ରେ ପହଞ୍ଚତ୍ଛି। ଇସ୍ପାତ କାରଖାନା ଯୋଗୁ ୧୭ ରାଜ୍ୟକୁ କୋଭିଡ୍‌ ସମୟରେ ଅକ୍ସିଜେନ ପଠାଯାଇପାରିଛି। ଢେଙ୍କାନାଳରେ ଚାଲିଥିବା ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାଦ୍ୱାରା ଜିଲାର ୮ ବ୍ଲକ ଏବଂ ସମସ୍ତ ସହରାଞ୍ଚଳରେ ଘରେ ଘରେ ପାଇପ୍‌ ପାଣି ସୁବିଧା ମିଳିପାରିବ। ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରାଯାଉଛି। ଜିଲା ମୁଖ୍ୟ ଚିକିତ୍ସାଳୟର ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି କରାଯିବା ଲାଗି ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ଓ୍ବାନ୍‌ ହଲ୍‌ରେ ଆୟୋଜିତ ଭିଡିଓ କନଫରେନ୍ସ ବୈଠକରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ, ଡା. ନୃସିଂହ ଚରଣ ସାହୁ, ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତ, ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ବିଜୟ ନାୟକ ପ୍ରମୁଖ ଉପସ୍ଥିତ ରହି ଜିଲାର ବିକାଶ ଲାଗି ସମୁଚିତ ପଦକ୍ଷେପ ନେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମକୁ ୫-ଟି ସଚିବ ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri