ରେକର୍ଡ ସ୍ତରରେ ରୁପା ଦର

ଭୁବନେଶ୍ୱର,୨୨।୫(ଅଭୟ ଦାଶ): କ୍ରମାଗତ ଭାବେ ଘରୋଇ ବଜାରରେ ରୁପା ଦର ବୃଦ୍ଧି ପାଇବା ସହ ଦର ରେକର୍ଡ ସ୍ତରରେ ପହଞ୍ଚତ୍ଛି। ଏପରିକି ମଙ୍ଗଳବାର ଭୁବନେଶ୍ୱର ବଜାରରେ ରୁପା ଦର ୧ କି.ଗ୍ରା. (୧କେଜି) ପିଛା ୯୦,୦୦୦ଟଙ୍କା ଉପରେ କାରବାର ହେଉଥିବାବେଳେ ୨୨ ଓ ୨୪ କ୍ୟାରେଟ ସୁନା ଦର ମଧ୍ୟ ୬୮,୦୦୦ଟଙ୍କାରୁ ୭୫,୦୦୦ ଟଙ୍କା ଉପରେ ରହିଥିଲା। ସେହିଭଳି ଦିଲ୍ଲୀରେ ୧କେଜି ରୁପା ମୂଲ୍ୟ ୮୬,୪୬୦ ଟଙ୍କା ଥିଲାବେଳେ ସୋମବାର ୧କେଜି ରୁପା ମୂଲ୍ୟ ୮୬,୬୩୦ଟଙ୍କା ଥିଲା। ଏପରିକି ୨୪କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୭୫,୦୭୧ ଟଙ୍କା ଏବଂ ୨୨କ୍ୟାରେଟ ସୁନା ପ୍ରତି ୧୦ଗ୍ରାମ ପିଛା ୬୮,୭୬୦.୫୦ଟଙ୍କାରେ କାରବାର ହେଉଥିବା ଜଣାପଡ଼ିଛି। ସେହିପରି ମୁମ୍ବାଇ, ଚେନ୍ନାଇ ଓ କୋଲକାତା ଭଳି ଦେଶର ପ୍ରମୁଖ ମହାନଗରରେ ମଧ୍ୟ ରୁପା ଓ ସୁନାର ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚତ୍ଛି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଉପରୋକ୍ତ ମହାନଗରଗୁଡିକରେ ରୁପା ଦର ୧ କେଜି ପିଛା ଯଥାକ୍ରମେ ୮୬,୪୬୦ ଟଙ୍କା, ୮୬,୫୫୦ ଟଙ୍କା ଏବଂ ୮୬, ୪୬୦ ଟଙ୍କାରେ କାରବାର ହେଉଥିଲାବେଳେ ୨୪ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ଯଥାକ୍ରମେ ୭୫,୫୮୪ଟଙ୍କା, ୭୪,୯୯୭ ଟଙ୍କା ଏବଂ ୭୫,୫୧୧ ଟଙ୍କାରେ କାରବାର ହେଉଛି। ଅପରପକ୍ଷରେ ଦରବୃଦ୍ଧି ଓ ମୁଦ୍ରାସ୍ଫୀତି ହାର ସହ ସେଣ୍ଟ୍ରାଲ ବ୍ୟାଙ୍କଗୁଡିକ ମାତ୍ରାଧିକ ପରିମାଣରେ ସୁନା କ୍ରୟ ଦରବୃଦ୍ଧିର ଅନ୍ୟତମ କାରଣ ହୋଇଥାଇପାରେ ବୋଲି ବଜାର ବିଶେଷଜ୍ଞମାନେ ଆକଳନ କରିଛନ୍ତି। ଏପରିକି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂରାଜନୈତିକ କାରଣରୁ ଦରବୃଦ୍ଧି କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଘରୋଇ ବଜାରରେ ମଧ୍ୟ ଉଭୟ ସୁନା ଓ ରୁପା ଦର କ୍ରମାଗତ ଭାବେ ବଢି ଚାଲିଛି।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱର (ଓଡ଼ିଶା)ର ସୁନା ମୂଲ୍ୟ ୨୪କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୭୪,୫୧୦ ଟଙ୍କା ଥିଲାବେଳେ ୨୨କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମପିଛା ୬୭,୭୫୦ ଟଙ୍କା ରହିଛି। ସେହିଭଳି ୧୮ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୫୫,୮୮୦ ଟଙ୍କା ଏବଂ ରୁପା ଦର ପ୍ରତି କିଲୋଗ୍ରାମ ପିଛା ୯୫, ୦୦୦ ଟଙ୍କାରେ କାରବାର ହେଉଛି ବୋଲି ସ୍ମାଇଲ ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri