‘ରୁପାବାଲି ଖେଳପଡ଼ିଆ ହେବ ମିନିଷ୍ଟାଡିୟମ୍‌’

ବାଲେଶ୍ୱର ଅଫିସ/ରେମୁଣା, ୧୯।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲାକୁ ରାଜ୍ୟ କ୍ରୀଡ଼ା ଓ ଯୁବସେବା, ଇଲେକଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ଶନିବାର ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ରେମୁଣା ବ୍ଲକ ବରୁଣସିଂ ଗ୍ରାମପଞ୍ଚାୟତର ରୁପାବାଲି ପଞ୍ଚାୟତସ୍ତରୀୟ ଖେଳପଡ଼ିଆ ଉନ୍ନତିକରଣର ଶିଳାନ୍ୟାସ କରିଛନ୍ତି।
ବିଧାୟକ ସୁଧାଂଶୁ ଶେଖର ପରିଡ଼ା ସଭା ପରିଚାଳନା କରିଥିଲେ। ମନ୍ତ୍ରୀ ବେହେରା ଏହି ପଡ଼ିଆର ଉନ୍ନତିକରଣ ପାଇଁ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ୪୦ଲକ୍ଷ ଟଙ୍କା ଅନୁମୋଦନ କରିଛି। ଜିଲା ତଥା ରେମୁଣା ବ୍ଲକର ଯୁବକମାନଙ୍କ ମଧ୍ୟରେ ଥିବା କ୍ରୀଡ଼ା ପ୍ରତି ଆଗ୍ରହ ଓ ଉତ୍ସାହ ଦେଖି ଖୁସି ଲାଗୁଛି। ମୁଖ୍ୟମନ୍ତ୍ରୀ ଯୁବବର୍ଗଙ୍କ ଉନ୍ନତି ପାଇଁ ଅନେକ ସ୍ବପ୍ନ ଦେଖିଛନ୍ତି। ଗତ କିଛିବର୍ଷ ମଧ୍ୟରେ ଓଡ଼ିଶା କ୍ରୀଡ଼ା କ୍ଷେତ୍ରରେ ଅନେକ ଉନ୍ନତି କରିଛି। ଆଜି ବିଶ୍ୱକ୍ରୀଡ଼ା ମାନଚିତ୍ରରେ ସମଗ୍ର ଓଡ଼ିଶା ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିପାରିଛି। ତୃଣମୂଳ ସ୍ତରରୁ କ୍ରୀଡ଼ାର ବିକାଶକୁ ରାଜ୍ୟ ସରକାର ପ୍ରାଧାନ୍ୟ ଦେଉଥିବା ବେଳେ ଆଗାମୀ ଦିନରେ ଏହା ଅଧିକ ବ୍ୟାପକ ହେବ ବୋଲି ମନ୍ତ୍ରୀ ବେହେରା କହିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ଏହି ଖେଳ ପଡ଼ିଆର ଉନ୍ନତି ପାଇଁ ନିଜ ବିଧାୟକ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ଅନୁଦାନ ଦେବାକୁ ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ଏହି କ୍ରୀଡ଼ା ପ୍ରକଳ୍ପକୁ ଶୀଘ୍ର କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ଜିଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀ ପଡ଼ିଆକୁ ବୁଲି ଦେଖିଥିଲେ। ଉତ୍ସବରେ ଜିଲା କ୍ରୀଡ଼ା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା, ତହସିଲଦାର ସିତାଂଶୁ ଶେଖର ଦାସ, ନୀଳଗିରିରୋଡ କ୍ଲବ ସଭାପତି ରାଜେନ୍ଦ୍ର ପ୍ରସାଦ ମହାଳିକ, ସିମନ ଦାସମହାପାତ୍ର, ବିନାଶିଷ ଜେନା, ରବୀନ୍ଦ୍ର କୁମାର ମହାକୁଡ଼, ସମାଜସେବୀ ଶାନ୍ତା ଦାସ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ସେହିପରି ୫ଟିରେ ରୂପାନ୍ତରିତ ହୋଇଥିବା ବରୁଣସିଂସ୍ଥିତ ନୀଳଗିରି ରୋଡ୍‌ ନୋଡ଼ାଲ ହାଇସ୍କୁଲକୁ ମନ୍ତ୍ରୀ, ବିଧାୟକ ପରିଦର୍ଶନ କରି ଶୁଭାରମ୍ଭ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନଶିକ୍ଷକ ବାସୁଦେବ ପାଣିଗ୍ରାହୀ ସଭାପତିତ୍ୱ କରିଥିବା ବେଳେ ରେମୁଣା ବିଡିଓ ଛବିରାଣୀ ମହାନ୍ତି, ସରପଞ୍ଚ ରଘୁନାଥ ନାୟକ, ଆଲୁମିନି ସଭାପତି ଗୋପବନ୍ଧୁ ଦାସ, ବହୁ ପୂର୍ବତନ ଛାତ୍ରୀଛାତ୍ର, ଅଭିଭାବକ ଓ ବର୍ତ୍ତମାନର ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ପରେ ଗଣ୍ଡର୍ଦ୍ଦା ପଞ୍ଚାୟତର ମେଗା ପାନୀୟ ଜଳ ପ୍ରକଳ୍ପ ଉଦ୍ଘାଟନ, ବାଘାଯତୀନ ପାର୍କର ପୁନରୁଦ୍ଧାର କାର୍ଯ୍ୟକ୍ରମରେ ଯୋଗଦାନ, ଅପରାହ୍ନ ୨ଟା ୪୫ ମିନିଟ୍‌ରେ କ୍ଷୀରଚୋରା ଗୋପୀନାଥ ମନ୍ଦିର ପରିଦର୍ଶନ କରି ଭୁବନେଶ୍ୱରକୁ ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri