‘ରୁପାବାଲି ଖେଳପଡ଼ିଆ ହେବ ମିନିଷ୍ଟାଡିୟମ୍‌’

ବାଲେଶ୍ୱର ଅଫିସ/ରେମୁଣା, ୧୯।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲାକୁ ରାଜ୍ୟ କ୍ରୀଡ଼ା ଓ ଯୁବସେବା, ଇଲେକଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ଶନିବାର ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ରେମୁଣା ବ୍ଲକ ବରୁଣସିଂ ଗ୍ରାମପଞ୍ଚାୟତର ରୁପାବାଲି ପଞ୍ଚାୟତସ୍ତରୀୟ ଖେଳପଡ଼ିଆ ଉନ୍ନତିକରଣର ଶିଳାନ୍ୟାସ କରିଛନ୍ତି।
ବିଧାୟକ ସୁଧାଂଶୁ ଶେଖର ପରିଡ଼ା ସଭା ପରିଚାଳନା କରିଥିଲେ। ମନ୍ତ୍ରୀ ବେହେରା ଏହି ପଡ଼ିଆର ଉନ୍ନତିକରଣ ପାଇଁ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ୪୦ଲକ୍ଷ ଟଙ୍କା ଅନୁମୋଦନ କରିଛି। ଜିଲା ତଥା ରେମୁଣା ବ୍ଲକର ଯୁବକମାନଙ୍କ ମଧ୍ୟରେ ଥିବା କ୍ରୀଡ଼ା ପ୍ରତି ଆଗ୍ରହ ଓ ଉତ୍ସାହ ଦେଖି ଖୁସି ଲାଗୁଛି। ମୁଖ୍ୟମନ୍ତ୍ରୀ ଯୁବବର୍ଗଙ୍କ ଉନ୍ନତି ପାଇଁ ଅନେକ ସ୍ବପ୍ନ ଦେଖିଛନ୍ତି। ଗତ କିଛିବର୍ଷ ମଧ୍ୟରେ ଓଡ଼ିଶା କ୍ରୀଡ଼ା କ୍ଷେତ୍ରରେ ଅନେକ ଉନ୍ନତି କରିଛି। ଆଜି ବିଶ୍ୱକ୍ରୀଡ଼ା ମାନଚିତ୍ରରେ ସମଗ୍ର ଓଡ଼ିଶା ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିପାରିଛି। ତୃଣମୂଳ ସ୍ତରରୁ କ୍ରୀଡ଼ାର ବିକାଶକୁ ରାଜ୍ୟ ସରକାର ପ୍ରାଧାନ୍ୟ ଦେଉଥିବା ବେଳେ ଆଗାମୀ ଦିନରେ ଏହା ଅଧିକ ବ୍ୟାପକ ହେବ ବୋଲି ମନ୍ତ୍ରୀ ବେହେରା କହିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ଏହି ଖେଳ ପଡ଼ିଆର ଉନ୍ନତି ପାଇଁ ନିଜ ବିଧାୟକ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ଅନୁଦାନ ଦେବାକୁ ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ଏହି କ୍ରୀଡ଼ା ପ୍ରକଳ୍ପକୁ ଶୀଘ୍ର କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ଜିଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀ ପଡ଼ିଆକୁ ବୁଲି ଦେଖିଥିଲେ। ଉତ୍ସବରେ ଜିଲା କ୍ରୀଡ଼ା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା, ତହସିଲଦାର ସିତାଂଶୁ ଶେଖର ଦାସ, ନୀଳଗିରିରୋଡ କ୍ଲବ ସଭାପତି ରାଜେନ୍ଦ୍ର ପ୍ରସାଦ ମହାଳିକ, ସିମନ ଦାସମହାପାତ୍ର, ବିନାଶିଷ ଜେନା, ରବୀନ୍ଦ୍ର କୁମାର ମହାକୁଡ଼, ସମାଜସେବୀ ଶାନ୍ତା ଦାସ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ସେହିପରି ୫ଟିରେ ରୂପାନ୍ତରିତ ହୋଇଥିବା ବରୁଣସିଂସ୍ଥିତ ନୀଳଗିରି ରୋଡ୍‌ ନୋଡ଼ାଲ ହାଇସ୍କୁଲକୁ ମନ୍ତ୍ରୀ, ବିଧାୟକ ପରିଦର୍ଶନ କରି ଶୁଭାରମ୍ଭ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନଶିକ୍ଷକ ବାସୁଦେବ ପାଣିଗ୍ରାହୀ ସଭାପତିତ୍ୱ କରିଥିବା ବେଳେ ରେମୁଣା ବିଡିଓ ଛବିରାଣୀ ମହାନ୍ତି, ସରପଞ୍ଚ ରଘୁନାଥ ନାୟକ, ଆଲୁମିନି ସଭାପତି ଗୋପବନ୍ଧୁ ଦାସ, ବହୁ ପୂର୍ବତନ ଛାତ୍ରୀଛାତ୍ର, ଅଭିଭାବକ ଓ ବର୍ତ୍ତମାନର ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ପରେ ଗଣ୍ଡର୍ଦ୍ଦା ପଞ୍ଚାୟତର ମେଗା ପାନୀୟ ଜଳ ପ୍ରକଳ୍ପ ଉଦ୍ଘାଟନ, ବାଘାଯତୀନ ପାର୍କର ପୁନରୁଦ୍ଧାର କାର୍ଯ୍ୟକ୍ରମରେ ଯୋଗଦାନ, ଅପରାହ୍ନ ୨ଟା ୪୫ ମିନିଟ୍‌ରେ କ୍ଷୀରଚୋରା ଗୋପୀନାଥ ମନ୍ଦିର ପରିଦର୍ଶନ କରି ଭୁବନେଶ୍ୱରକୁ ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri