Categories: ଜାତୀୟ

ରୂପାନି, ନୀତିନ ପଟେଲ ଭାଜପାର ଷ୍ଟାର ପ୍ରଚାରକ

ନୂଆଦିଲ୍ଲୀ,୧୨ା୧୧: ଗୁଜରାଟ ବିଧାନସଭା ନିର୍ବାଚନ ଲାଗି ଭାଜପା ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦମନ୍ତ୍ରୀ ଅମିତ୍‌ ଶାହା, ରାଜନାଥ ସିଂ, ନୀତିନ ଗଡ଼କରୀ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏବଂ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଷ୍ଟାର ପ୍ରଚାରକ ରହିଛନ୍ତି। ଏହା ବ୍ୟତୀତ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହୋଇଛନ୍ତି।

Share