Posted inଜାତୀୟ

ଭୂପେନ୍ଦ୍ର ପଟେଲଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା କରାଯିବା ପରେ ରୂପାନୀ ଦେଲେ ଏମିତି ପ୍ରତିକ୍ରିୟା

ଗାନ୍ଧିନଗର,୧୨।୯: ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଗୁଜରାଟରେ ରାଜନୈତିକ ସଙ୍କଟର ସମାଧାନ ପାଇଁ ରବିବାର ବିଧାନସଭା ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ମଧ୍ୟ ସ୍ଥିର କରାଯାଇଥିଲା। ଗୁଜରାଟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭୂପେନ୍ଦ୍ର ପଟେଲ। ଭାଜପାର ପର୍ଯ୍ୟବେକ୍ଷକ ତଥା କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଗଣମାଧ୍ୟମ ଆଗରେ ତାଙ୍କ ନାମ ଘୋଷଣା କରି କହିଛନ୍ତି ଯେ, ଆଜି ଅନୁଷ୍ଠିତ ବୈଠକରେ ପଟେଲ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି।
ଭୂପେନ୍ଦ୍ର ପଟେଲଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା କରାଯିବା ପରେ ବିଜୟ ରୂପାନୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦଳର କର୍ମୀ ତଥା ଗଣମାଧ୍ୟମକୁ ସମ୍ବୋଧିତ କରି ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶ ଅଗ୍ରଗତି କରୁଛି। ଏଭଳି ପରିସ୍ଥିତିରେ ମୁଁ ଆଶା କରୁଛି ଯେ ଭୂପେନ୍ଦ୍ର ପଟେଲଙ୍କ ନେତୃତ୍ୱରେ ଗୁଜରାଟ ମଧ୍ୟ ଅଗ୍ରଗତି କରିବ। ମୋ ତରଫରୁ ଅନେକ ଅଭିନନ୍ଦନ। ଭୂପେନ୍ଦ୍ର ଭାଇ ସକ୍ଷମ ଏବଂ ଆସନ୍ତା ନିର୍ବାଚନରେ ତାଙ୍କ ନେତୃତ୍ୱରେ ଦଳ ଜିତିବ ବୋଲି ଆମର ସମ୍ପୂର୍ଣ୍ଣ ବିଶ୍ୱାସ ରହିଛି ବୋଲି ରୁପାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri