ଟ୍ରମ୍ପଙ୍କ ଟାରିଫ ଯୁଦ୍ଧ ଆରମ୍ଭ: ଟଙ୍କା ମୂଲ୍ୟରେ ସର୍ବକାଳୀନ ହ୍ରାସ

ନୂଆଦିଲ୍ଲୀ,୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କାନାଡା, ମେକ୍ସିକୋ ଏବଂ ଚାଇନା ଉପରେ ଟାରିଫ୍‌ ଲାଗୁ କରିବା ପରେ ବୈଶ୍ୱିକ ବାଣିଜ୍ୟ ଯୁଦ୍ଧ ବ୍ୟାପକ ରୂପ ନେବା ଆଶଙ୍କା ପ୍ରକଶ ପାଇଛି। ଏହାର ପ୍ରଭାବରେ ଡଲାର ଇଣ୍ଡେକ୍ସ ୧.୨୪ ପ୍ରତିଶତ ବୃଦ୍ଧି ପାଇଛି। ଫଳରେ ସୋମବାର ଭାରତୀୟ ମୁଦ୍ରା ଟଙ୍କା ମୂଲ୍ୟରେ ସର୍ବକାଳୀନ ହ୍ରାସ ଘଟି ୮୭.୨୯ରେ ପହଞ୍ଚତ୍ଛି, ଅର୍ଥାତ୍‌ ୧ ଡଲାରର ବିନିମୟ ମୂଲ୍ୟ ୮୭ ଟଙ୍କା ୨୯ ପଇସା ହୋଇଛି।

ଆମେରିକୀୟ ଡଲାର ଇଣ୍ଡେକ୍ସ ୬ଟି ବିଦେଶୀ ମୁଦ୍ରାର ବାସ୍କେଟ୍‌ ସହ ତୁଳନା କରାଯାଇ ଆକଳନ କରାଯାଇଥାଏ। ତଦନୁଯାୟୀ ଡଲାର ସୂଚକାଙ୍କ ୧.୨୪ ପ୍ରତିଶତ ବୃଦ୍ଧି ପାଇ ଟଙ୍କା ତୁଳନାରେ ୧୦୯.୮୪ ପ୍ରତିଶତରେ ଟ୍ରେଡ୍‌ କରିବାକୁ ଯାଉଛି। ଶୁକ୍ରବାର ଡଲାରର ବିନିମୟ ମୂଲ୍ୟ ୮୬.୬୨ ଟଙ୍କା ରହିଥିଲା।

ଟ୍ରମ୍ପ୍‌ ଶନିବାର ସ୍ବାକ୍ଷର କରିଥିବା ଅର୍ଡର ଅନୁସାରେ କାନାଡା ଓ ମେକ୍ସିକୋରୁ ଆସୁଥିବା ସାମଗ୍ରୀ ଉପରେ ମଙ୍ଗଳବାରଠାରୁ ୨୫% ଏବଂ ଚାଇନା ସାମଗ୍ରୀ ଉପରେ ୧୦% ଆମଦାନୀ ଶୁଳ୍କ ଲାଗିବ। ଆମେରିକୀୟଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ଚାଇନା, ମେକ୍ସିକୋ ଓ କାନାଡା ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବୃଦ୍ଧି କରିବା ଜରୁରୀ ହୋଇପଡ଼ିଥିଲା ବୋଲି ଟ୍ରମ୍ପ୍‌ କହିଥିଲେ।

ତେବେ ଟ୍ରମ୍ପ୍‌ଙ୍କ ଏଭଳି ପଦକ୍ଷେପ ବୈଶ୍ୱିକ ଅର୍ଥନୀତିକୁ ଅନିଶ୍ଚିତତା ଆଡ଼କୁ ଠେଲିଦେଇଥିବା ସମାଲୋଚକମାନେ କହିଛନ୍ତି। ନୂଆ ଟାରିଫ୍‌ ଜାରି ରହିଲେ ମୁଦ୍ରାସ୍ଫୀତି ଅହେତୁକ ବୃଦ୍ଧି ଘଟିବା ସହ ଆମେରିକା ସହିତ ଏହି ରାଷ୍ଟ୍ରଗୁଡ଼ିକର ବାଣିଜ୍ୟ ଯୁଦ୍ଧ ଚାଲିବ ବୋଲି ଅର୍ଥନୀତି ବିଶେଷଜ୍ଞମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?