ସର୍ବକାଳୀନ ନିମ୍ନସ୍ତରରେ ପହଞ୍ଚିଲା ଟଙ୍କା: ଚିନ୍ତାରେ ନିବେଶକ

ମୁମ୍ବାଇ,୩୦ା୯(ପି.ଟି.):ଆମେରିକୀୟ ଡଲାର ତୁଳନାରେ ଟଙ୍କା ମୂଲ୍ୟ ସୋମବାର ରେକର୍ଡ ହ୍ରାସ ପାଇଛି। ଟଙ୍କା ମୂଲ୍ୟ ୭ ପଇସା କମି ୧ ଡଲାର ମୂଲ୍ୟ ୮୮ ଟଙ୍କା ୭୯ ପଇସାରେ ପହଞ୍ଚତ୍ଛି। ବୈଶ୍ୱିକ ବାଣିଜ୍ୟରେ ଅନିଶ୍ଚିତତା ଏବଂ ଭାରତୀୟ ଆଇଟି ସେବା ରପ୍ତାନି ଉପରେ ଆମେରିକା ଭିଜା ଦେୟ ବୃଦ୍ଧିର ପ୍ରଭାବକୁ ନେଇ ନିବେଶକମାନେ ଚିନ୍ତାରେ ଥିବାରୁ ଟଙ୍କା ସର୍ବକାଳୀନ ନିମ୍ନ ସ୍ତରକୁ ଖସିଯାଇଥିବା ଫରେକ୍ସ ଟ୍ରେଡରମାନେ କହିଛନ୍ତି। ଅକ୍ଟୋବର ୧ରେ ଭାରତୀୟ ରିଜର୍ଭ ବ୍ୟାଙ୍କର ବୈଠକରେ ମୁଦ୍ରାନୀତି ସମ୍ପର୍କିତ ନିଷ୍ପତ୍ତି ନିଆଯିବାକୁ ଥିବାବେଳେ ଏହା ଟଙ୍କା ଓ ସରକାରୀ ବଣ୍ଡକୁ ପ୍ରଭାବିତ କରିପାରେ ବୋଲି ଆଶା କରାଯାଉଛି।
ସୋମବାର ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ କାରବାର ଆରମ୍ଭରେ ଡଲାର ତୁଳନାରେ ଟଙ୍କା ମୂଲ୍ୟ ୮୮.୬୯ ଥିଲା। ପରେ ଏହା ଅସ୍ଥାୟୀ ଭାବେ ୮୮.୭୯ରେ ସ୍ଥିର ରହିଥିଲା। ଗତ ଶୁକ୍ରବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ୮୮.୭୨ ଥିଲା। ଗୁରୁବାର କାରବାର ଶେଷ ବେଳକୁ ଟଙ୍କା ମୂଲ୍ୟ ୮୮.୭୬ ରହିଥିଲା। ଦୁର୍ବଳ ଘରୋଇ ବଜାର ଏବଂ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଯୋଗୁ ଟଙ୍କା ଆହୁରି ଦୁର୍ବଳ ହେବ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri