ରୁପେକୁ ଦୁଇ ଦେଶରେ ମାନ୍ୟତା, ଅନ୍ୟ ଦେଶଙ୍କ ସହ ଯୋଗାଯୋଗରେ ଅଛି ଭାରତ, କହିଲେ ସୀତାରମଣ…

ୱାଶିଂଟନ /ନୂଆଦିଲ୍ଲୀ,୧୨।୧୦ : ଧୀରେ ଧୀରେ ଡିଜିଟାଲ ପେମେଣ୍ଟ ଏବଂ ଅର୍ଥନୈତିକ କ୍ଷେତ୍ରରେ ଭାରତର ଗ୍ରହଣୀୟତା ବିଶ୍ୱ ସ୍ତରରେ ବୃଦ୍ଧି ପାଉଛି। ବର୍ତ୍ତମାନ ଭାରତର ରୁପେ ପେମେଣ୍ଟ ସିଷ୍ଟମ (ରୁପେ)କୁ ବର୍ତ୍ତମାନ ସିଙ୍ଗାପୁର ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ସ୍ବୀକୃତି ମିଳିଛି। ଏହି ଦୁଇ ଦେଶରେ ରୁପେ କାର୍ଡ ମାଧ୍ୟମରେ ଦେୟ ପ୍ରଦାନ କରାଯାଇପାରିବ।

ଏଥି ସହିତ ଭାରତ ସରକାର ଅନ୍ୟ ଦେଶରେ ମଧ୍ୟ ଏହାକୁ ଗ୍ରହଣ କରିବା ପାଇଁ ନିରନ୍ତର ଯୋଗାଯୋଗରେ ଅଛନ୍ତି। ଆମେରିକାର ବ୍ରୁକିଙ୍ଗସ ପ୍ରତିଷ୍ଠାନ ଦ୍ୱାରା ଆୟୋଜିତ ଏକ ସମାବେଶକୁ ସମ୍ବୋଧିତ କରିବାବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହା କହିଛନ୍ତି।

ସୂଚନାଯୋଗ୍ୟ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଏବଂ ବିଶ୍ୱ ବ୍ୟାଙ୍କର ବାର୍ଷିକ ବୈଠକରେ ଯୋଗଦେବା ପାଇଁ ୬ ଦିନିଆ ଗସ୍ତରେ ଅଛନ୍ତି। ସୀତାରମଣ କହିଛନ୍ତି ଯେ ଆତ୍ମନିର୍ଭରଶୀଳ ଭାରତର ଉଦ୍ଦେଶ୍ୟ ହେଉଛି ରୋଜଗାର ସୃଷ୍ଟି କରିବା, ଦୁନିଆରୁ ପୃଥକ ହେବା କିମ୍ବା ସଂରକ୍ଷଣ କରିବା ନୁହେଁ। ଏଥି ସହିତ ସେ ଭାରତର ଜିଡିପିରେ ଉତ୍ପାଦନ ବୃଦ୍ଧି ବିଷୟରେ ମଧ୍ୟ କହିଥିଲେ।

ଅର୍ଥ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି ଯେ ୱାଶିଂଟନ ଡିସିରେ ଥିବା ଆମେରିକାର ଟ୍ରେଜେରୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରମଣ ଆମେରିକାର ଟ୍ରେଜେରୀ ସଚିବ ଜେନେଟ ୟେଲେନଙ୍କୁ ଭେଟିଛନ୍ତି। ନେତାମାନେ ପାରସ୍ପରିକ ସ୍ବାର୍ଥର ଅନ୍ୟାନ୍ୟ ପ୍ରସଙ୍ଗ ମଧ୍ୟରେ ସାମ୍ପ୍ରତିକ ବିଶ୍ୱ ମାକ୍ରୋ-ଅର୍ଥନୈତିକ ପରିସ୍ଥିତି ଉପରେ ମଧ୍ୟ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri