ରୂପ୍‌ମନ୍ତ୍ରା ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌

ଭୁବନେଶ୍ୱର,୧୯।୫: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଲୋକପ୍ରିୟ ବ୍ରାଣ୍ଡ୍‌ ରୂପ୍‌ମନ୍ତ୍ରାକୁ ନିକଟରେ ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ରୂପ୍‌ମନ୍ତ୍ରାକୁ ମୋଷ୍ଟ ଟ୍ରଷ୍ଟେଡ୍‌ ବ୍ରାଣ୍ଡ୍‌ ଅଫ୍‌ ଇଣ୍ଡିଆ-୨୦୨୩ର ପୁରସ୍କାର ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଅନ୍ତଃରାଷ୍ଟ୍ରୀୟ ସଂସ୍ଥା ମାର୍କସମ୍ୟାନ୍‌ ଡେଲି ଟିମ୍‌ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରୂପ୍‌ମନ୍ତ୍ରା ବ୍ରାଣ୍ଡ୍‌ ପାଇଁ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ରାଧିକା ଚିମାଙ୍କୁ ଉକ୍ତ ଆଓ୍ବାର୍ଡ ପ୍ରଦାନ କରାଯାଇଥିଲା। ଏପରିକି ସଂସ୍ଥାର ମିଶନ ଅନୁଯାୟୀ କାର୍ଯ୍ୟ କରୁଥିବା ଏବଂ ଦେଶର ବିକାଶ ଓ ବିଭିନ୍ନ କ୍ଷେତ୍ରରେ ଅତୁଳନୀୟ ଅବଦାନରେ ଯୋଗଦାନ ରଖିଥିବା ଦେଶର ୫୦ ପ୍ରମୁଖ ପ୍ରତିଷ୍ଠାନକୁ ସଂସ୍ଥା ପକ୍ଷରୁ ଚୟନ କରାଯାଇ ସମ୍ମାନିତ କରାଯାଇଥିବା ଜଣାପଡ଼ିଛି। ଅପରପକ୍ଷରେ ଦିଭିସା ଗ୍ରୁପ୍‌ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଶେଷ ଅବଦାନ ଓ ଗ୍ରାହକଙ୍କ ଚାହିଦା ପୂରଣ କରୁଥିବା ବେଳେ ଗୁଣାତ୍ମକ ଉତ୍ପାଦ ଓ ପ୍ରିମିୟମ କ୍ୱାଲିଟିର ସାମଗ୍ରୀ ବଜାରରେ ଉପଲବ୍ଧ କରାଉଛି। ସେହିଭଳି ବ୍ରାଣ୍ଡ୍‌ରେ ଦକ୍ଷ ଓ ଅଭିଜ୍ଞ କର୍ମଚାରୀ ଏବଂ ସର୍ବୋତ୍ତମ ଗ୍ରାହକ ସେବା ଆଦି ପାଇଁ ବ୍ରାଣ୍ଡ୍‌କୁ ଏଭଳି ଏକ ଜାତୀୟସ୍ତରର ସମ୍ମାନ ଦିଆଯାଇଛି। ସୂଚନାଯୋଗ୍ୟ, ଦିଭିସା ଗ୍ରୁପ୍‌ର ଡା. ଅର୍ଥୋ, ପେଟ୍‌ସଫା, ରୂପ୍‌ମନ୍ତ୍ରା ଏବଂ ସଚ୍ଚୀ ସହେଲୀ ଭଳି ଅନେକ ଲୋକପ୍ରିୟ ବ୍ରାଣ୍ଡ୍‌ର ଆୟୁର୍ବେଦିକ୍‌ ଉତ୍ପାଦର ବଜାର ଚାହିଦା ଆଜି ମଧ୍ୟ ବେଶ୍‌ ଉଚ୍ଚରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri