ପଞ୍ଚାୟତକୁ ଆସୁନାହାନ୍ତି ଗ୍ରାମ୍ୟ କୃଷି କର୍ମଚାରୀ

ପଟ୍ଟାମୁଣ୍ଡାଇ,୫ା୯(କଳ୍ପତରୁ ନାୟକ): ରାଜ୍ୟ ସରକାରଙ୍କ ପକ୍ଷରୁ କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏପରିକି ତୃଣମୂଳସ୍ତରରେ ଥିବା ଚାଷୀଙ୍କ କୃଷି ସମ୍ପର୍କିତ ସମସ୍ୟା ଦୂର କରିବା ପାଇଁ ଗ୍ରାମ୍ୟ କୃଷି କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ତେବେ ଏହା କେତେ ମାତ୍ରାରେ କାର୍ଯ୍ୟକାରୀ ହେଉଛି ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଚାଷୀଙ୍କ ଉନ୍ନତି ପାଇଁ ସରକାରୀ ତହବିଲରୁ ବହୁ ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ କୃଷକଙ୍କ ସମସ୍ୟାର କୌଣସି ଉନ୍ନତି ପରିଲକ୍ଷିତ ହେଉନାହିଁ। ଏହାର ଉଦାହରଣ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ଦେଖିବାକୁ ମିଳିଛି। ଏଠାରେ କୃଷି କାର୍ଯ୍ୟାଳୟ ତଥା କୃଷି ପରାମର୍ଶ କେନ୍ଦ୍ର ପକ୍ଷରୁ ପଞ୍ଚାୟତସ୍ତରରେ ଚାଷୀମାନଙ୍କୁ ଚାଷ ସମ୍ବନ୍ଧୀୟ ସୂଚନା ପ୍ରଦାନ ପାଇଁ ଗ୍ରାମ୍ୟ କୃଷି କର୍ମଚାରୀ (ଭିଏଡବ୍ଲ୍ୟୁ)ଙ୍କୁ ନିୟୋଜିତ କରାଯାଇଛି। କିନ୍ତୁ ବହୁ ସମୟରେ ସେମାନଙ୍କ ଦେଖା ମିଳୁ ନ ଥିବା ନେଇ ଚାଷୀମାନେ ଅଭିଯୋଗ କରିଛନ୍ତି। କୃଷି ସମ୍ବନ୍ଧୀୟ କୌଣସି ତଥ୍ୟ କିମ୍ବା ପରାମର୍ଶ ଜାଣିବାକୁ ଚାହିଁଲେ ସେମାନଙ୍କୁ ପାଇବା କଷ୍ଟକର ବ୍ୟାପାର ବୋଲି ଅନେକ ଚାଷୀ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ପଟ୍ଟାମୁଣ୍ଡାଇ କୃଷି କାର୍ଯ୍ୟାଳୟ ଅଧୀନ ୩୧ ପଞ୍ଚାୟତ ପାଇଁ ମାତ୍ର ୫ଜଣ ଭିଏଡବ୍ଲ୍ୟୁ ଅଛନ୍ତି। ଜଣେ ଭିଏଡବ୍ଲ୍ୟୁଙ୍କ ଅଧୀନରେ ୬ରୁ ଊର୍ଦ୍ଧ୍ୱ ପଞ୍ଚାୟତର ଦାୟିତ୍ୱ ରହିଛି। ସମ୍ପୃକ୍ତ କର୍ମଚାରୀମାନଙ୍କୁ ଫୋନ କଲେ ଉଠାଉନାହାନ୍ତି। ଯଦି କେହି ଫୋନ ଧରିଲେ ତାହା ହେଲେ ଫିଲ୍‌ଡରେ ଥିବା କହି କାଟି ଦେଉଛନ୍ତି। ଏଭଳି ପରିସ୍ଥିତିରେ ଚାଷୀ ନିଜ ସମସ୍ୟାର ସମାଧାନ ପାଇଁ ଡହଳବିକଳ ହେଉଛନ୍ତି। ଏହି କାର୍ଯ୍ୟରେ ଖିଲାପ କରୁଥିବା କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ କୃଷକ ନେତା ବିଜୟ ଦାସ, ଚାଷୀ ସୁରେନ୍ଦ୍ର ପରିଡ଼ା, ରଞ୍ଜିତ ପ୍ରଧାନ, ସୁଶାନ୍ତ ସାମଲ, ଅଜୟ ନାୟକ, ବିଘ୍ନେଶ୍ୱର ପ୍ରଧାନ, ନରେନ୍ଦ୍ର ଧଳ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ଲକ ଅତିରିକ୍ତ କୃଷି ଅଧିକାରୀ ଶରତ ନାୟକଙ୍କୁ ପଚାରିବାରେ ଆବଶ୍ୟକ ମୁତାବକ କର୍ମଚାରୀଙ୍କ ଅଭାବ ତଥା ଜଣେ ଭିଏଡବ୍ଲ୍ୟୁଙ୍କ ଅଧୀନରେ ୬ରୁ ଅଧିକ ପଞ୍ଚାୟତ ରହୁଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଛି। ଏଥିରେ ସୁଧାର ଆଣିବା ପାଇଁ ଚେଷ୍ଟା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri