ବନ୍ୟାରେ ଧୋଇଗଲା ଗ୍ରାମ୍ୟ ଉନ୍ନୟନ ରାସ୍ତା

ବରୀ,୧୨ା୮(ମହେନ୍ଦ୍ର ସ୍ବାଇଁ): ବରୀ କଳାମାଟିଆ ରାସ୍ତାଠାରୁ ବାଲୁଙ୍କେଶ୍ୱର ମନ୍ଦିର ରାସ୍ତାକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଚଳିତ ବର୍ଷ ସାମାନ୍ୟ ବନ୍ୟାରେ ଧୋଇଯାଇଛି। ଫଳରେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ବ୍ଲକ କାର୍ଯ୍ୟାଳୟ, ବରୀ-ରାମଚନ୍ଦ୍ରପୁର ଥାନାକୁ ଆସୁଥିବା ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟକୁ ଅଧ୍ୟୟନ ନିମନ୍ତେ ଆସୁଥିବା ଛାତ୍ରୀଛାତ୍ର ମଧ୍ୟ ଅସୁବିଧାରେ ପଡୁଛନ୍ତି। ତେଣୁ ଏହାକୁ ତୁରନ୍ତ ମରାମତି କରିବାକୁ ଦାବି ହୋଇଛି। ଏହି ରାସ୍ତା ଦେଇ ଏକ ସପ୍ତାହ ଧରି ଆମ୍ବୁଲାନ୍ସ ଯାତାୟାତ ବନ୍ଦ ରହିଛି।
ବିଗତ ଦିନରେ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଏହି ରାସ୍ତା ନିର୍ମାଣ କରାଯାଇଥିଲା। ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟି ଅଭାବରୁ ରାସ୍ତା ଅଣଓସାରିଆ ହେବା ସହିତ କମ ଉଚ୍ଚତା ବିଶିଷ୍ଟ ହୋଇଛି। ରାସ୍ତାରେ ଗୋଟିଏ ମାତ୍ର ବକ୍ସ କଲଭର୍ଟ ନିର୍ମାଣ କରାଯାଇଛି। ତେଣୁ ଉପରମୁଣ୍ଡରୁ ବନ୍ୟା ଓ ବର୍ଷା ଜଳ ଠିକ୍‌ଭାବେ ଏକ ମାତ୍ର ବକ୍ସ କଲଭର୍ଟ ଦେଇ ନିଷ୍କାସନ ହୋଇ ପାରୁ ନ ଥିବାରୁ ଏଭଳି ଅବସ୍ଥା ସୃଷ୍ଟି ହୋଇଛି। ଏହାର ସ୍ଥାୟୀ ପ୍ରତିକାର ନିମନ୍ତେ ବରୀ ଅଞ୍ଚଳର ବିବେକାନନ୍ଦ ନାଥଙ୍କ ନେତୃତ୍ୱରେ ସଞ୍ଜୟ କୁମାର ପାଢ଼ୀ, ସୀତାକାନ୍ତ ନାଥଶର୍ମା, ନୃସିଂହ ପତି, ଧନଞ୍ଜୟ ସାମଲ, ରତିକାନ୍ତ ନାଥ, ଧୀରେନ୍ଦ୍ର କୁମାର ପାଢ଼ୀ ପ୍ରମୁଖ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ରାସ୍ତାର ଉଚ୍ଚତାକୁ ୫ ଫୁଟ ବୃଦ୍ଧି କରିବା ସହ ଅଧିକ ବକ୍ସ କଲଭର୍ଟ ନିର୍ମାଣ କରି ସମ୍ପ୍ରସାରଣ କରିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri