ଗ୍ରାମୀଣ ଉଦ୍ୟାନ ଯୋଜନା ବାଟବଣା: ଭିଜିଲାନ୍ସ ତଦନ୍ତ ଦାବି କଲେ ଅଞ୍ଚଳବାସୀ

ଥୁଆମୂଳ ରାମପୁର,୨୦ା୩ (ଦୁର୍ଗା କୀର୍ତ୍ତି): ସରକାର ଗ୍ରାମାଞ୍ଚଳର ସାଧାରଣ ଲୋକଙ୍କ ଆମୋଦପ୍ରମୋଦ ପାଇଁ ବ୍ଲକ ତଥା ଗ୍ରାମ ପଞ୍ଚାୟତ ମୁଖ୍ୟାଳୟରେ ଗ୍ରାମୀଣ ଉଦ୍ୟାନ ନାମରେ ଯୋଜନା ପ୍ରସ୍ତୁତ କରିଛନ୍ତି। ହେଲେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ଏହି ଯୋଜନା ବାଟବଣା ହୋଇଛି। ସଦର ମହକୁମା ମୁଖ୍ୟ ରାସ୍ତାକଡ଼ ପୋଲିସ ଷ୍ଟେଶନ ନିକଟରେ ନିର୍ମିତ ଏହି ଉଦ୍ୟାନ ଏବେ ଗୋରୁଙ୍କ ଚୋରାଭୂଇଁ ପାଲଟି ମରୁଭୂମିରେ ପରିଣତ ହୋଇଛି। ୨୦୨୦-୨୧ ଆର୍ଥିକବର୍ଷରେ ୫ଲକ୍ଷ ଓ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୧୦ ଲକ୍ଷ ଟଙ୍କା ଅନୁଦାନରେ ଏକ ଗ୍ରାମୀଣ ଉଦ୍ୟାନ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରି ରାଜରାଜୁଡ଼ା ଅମଳର ଦୁଇ ପୋଖରୀ କଡରେ କାମ ଆରମ୍ଭ ହୋଇଥିଲା। ହେଲେ ଏହାର ୩ମାସ ନ ପୂରୁଣୁ ଲଗାଯାଇଥିବା ଗଛଗୁଡ଼ିକ ମରି ନଷ୍ଟ ହୋଇ ଏବେ ଅନାବନା ଗଛଲତାରେ ପରିପୂର୍ଣ୍ଣ ହୋଇଛି। ଏପରି କି ଗତ କିଛିବର୍ଷ ହେବ ବନମହୋତ୍ସବ ପାଳନ ଅବସରରେ ଏଠାରେ ବିଭିନ୍ନ ପ୍ରକାର ଚାରା ରୋପଣ କରାଯାଇଥିଲେ ମଧ୍ୟ ତାହା ମୃତ ଅବସ୍ଥାରେ। ବିଭାଗୀୟ ଅଧିକାରୀଙ୍କ ତଦାରଖ ଅଭାବ ସହ ଠିକାଦାରଙ୍କ ମନମୁଖି କାମ ପାଇଁ ଏହି ଯୋଜନା ଦିଗହରା ହୋଇପଡିଛି। ତୁରନ୍ତ ଏହାର ତଦନ୍ତ କରି ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ବିଡ଼ିଓ ଧ୍ରୁବ ଚରଣ ମୁଦୁଲିଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସେ ଛୁଟିରେ ଥିବାରୁ କୌଣସି ପ୍ରତିକ୍ରିୟା ମିଲିପାରି ନାହିଁ। ପଞ୍ଚାୟତ ନିର୍ବାହୀ ଅଧିକାରୀ ଟଙ୍କଧର ସାହୁଙ୍କୁ ପଚାରିବାରୁ ଏହା ପୂର୍ବ ଅଧିକାରୀଙ୍କ ସମୟର କାମ, ମୋ ପାଖରେ କୌଣସି ତଥ୍ୟ ନାହିଁ, ଏହି ଯୋଜନାର ଆଗାମୀ ଦିନରେ ପୁଣି କାମ ହେବ ବୋଲି କହିଥିଲେ। ସ୍ଥାନୀୟ ସରପଞ୍ଚ ବିଜୟା ମାଝୀଙ୍କୁ ପଚାରିବାରୁ ପୂର୍ବ ସରପଞ୍ଚଙ୍କ ସମୟରେ ହୋଇଥିବାରୁ ଏ ବିଷୟରେ କହିପାରିବି ନାହିଁ। ବର୍ତ୍ତମାନ ଅନ୍ୟ କୌଣସି ପାଣ୍ଠିରୁ ଅର୍ଥ ମଞ୍ଜୁର କରି କାମ କରାଯିବ ବୋଲି ଉତ୍ତର ରଖିଛନ୍ତି l

 


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri