ଗ୍ରାମୀଣ ଉଦ୍ୟାନ କାର୍ଯ୍ୟ ଅଧାପନ୍ତରିଆ

ଛତିଆ, ୨୩।୪: (ଡି.ଏନ.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତ ଅମରାବତୀ ପାଟଣାର ଅମରାବତୀ ମଠ ପରିସରରେ ନିର୍ମିତ ଗ୍ରାମୀଣ ଉଦ୍ୟାନ ଅଧାପନ୍ତରିଆ ହୋଇ ପଡ଼ିରହିଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ୧୦ ଲକ୍ଷ ଟଙ୍କା ବ୍ୟୟ ବରାଦରେ ଏହି ଉଦ୍ୟାନ କାର୍ଯ୍ୟ ୧୮ା୧୨ା୨୦୨୦ରେ ଆରମ୍ଭ ହୋଇଥିଲା। ଏହାରି ଭିତରେ ୨ ବର୍ଷରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ସୁଦ୍ଧା ଏଯାବତ ଉଦ୍ୟାନ କାର୍ଯ୍ୟଟି ସମ୍ପୂର୍ଣ୍ଣ ହୋଇପାରିନାହିଁ। କେବଳ ଉଦ୍ୟାନରେ ଘାସ ବିଛାଯାଇ ଚାରି ପାଖ ପ୍ରାଚୀର ନିର୍ମାଣ କରାଯିବା ସହିତ ପ୍ରାଚୀର ଉପରେ ଲାଇଟ ଲଗାଯାଇ ସରକାରୀ ଅର୍ଥକୁ ବାଟମାରଣା କରାଯାଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଯେତିକି ବି କାର୍ଯ୍ୟ ହୋଇଛି ତାହା ନିମ୍ନମାନର ହୋଇଥିବାରୁ ପ୍ରାଚୀରରେ ଫାଟ ସୃଷ୍ଟି ହେଲାଣି। ଲାଇଟ୍‌ଗୁଡ଼ିକ ନଷ୍ଟ ହେବାରେ ଲାଗିଲାଣି। ଉକ୍ତ ଉଦ୍ୟାନଟି ଏବେ ବୁଲା ଗୋରୁଙ୍କ ଚରାଭୂଇଁ ପାଲଟିଛି। ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପାଇଥିବା ଅମରାବତୀ ମଠ ପରିସରରେ ଏଭଳି ଚିତ୍ର ଦେଖି ସ୍ଥାନୀୟ ଅଞ୍ଚଳ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ତେଣୁ ତୁରନ୍ତ ଏହାର କାର୍ଯ୍ୟ ଶେଷ କରିବାକୁ ଦାବି ହୋଇଛି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ଛତିଆ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଫୋନ୍‌ ଦ୍ୱାରା ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri