କାହିଁକି ଭାରତରେ କରୋନା ସଂକ୍ରମଣ ବଢୁଛି: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦେଲା ଉତ୍ତର

ନୂଆଦିଲ୍ଲୀ/ନ୍ୟୁୟର୍କ,୨୮।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ତେବେ ପ୍ରଥମ ଲହର ଅପେକ୍ଷା ଦ୍ୱିତୀୟ ଲହର ବେଶୀ ମାରାତ୍ମକ ଜଣାପଡୁଛି। ଏଥିରେ ଅଧିକ ଲୋକ ସଂକ୍ରମିତ ହେଉଥିବାବେଳେ ମୃତ୍ୟୁବରଣ ମଧ୍ୟ କରୁଛନ୍ତି। ତେବେ ଭାରତରେ କାହିଁକି ମହାମାରୀ ଉଗ୍ର ରୂପ ଧାରଣ କରିଛି ତାହାକୁ ନେଇ ଅନେକ ପ୍ରଶ୍ନ ଉଠିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଦେଶରେ ଅନିୟନ୍ତ୍ରିତ କରୋନା ସଂକ୍ରମଣ କାରଣ ଖୋଜି ବାହାର କରିଛି। ଡବ୍ଲୁଏଚ୍‌ଓ କହିଛି ଯେ ଜନଗହଳିପୂର୍ଣ୍ଣ ସମାବେଶ, ଡାକ୍ତରଖାନାକୁ ରୋଗୀ ବାରମ୍ବାର ଦୌଡିବା ଏବଂ କମ ବେଗରେ କରୋନା ଟିକାକରଣ କାର୍ଯ୍ୟକ୍ରମ ଯୋଗୁ ଭାରତରେ କରୋନା ସଂକ୍ରମଣ ବଢୁଛି। ଏହାସହ ସବୁଠୁ ଅଧିକ ମାରାତ୍ମକ କରୋନା ରୂପ ମଧ୍ୟ ଏଥିପାଇଁ ଦାୟୀ ବୋଲି ଡବ୍ଲୁଏଚ୍‌ଓ ପ୍ରବକ୍ତା ତାରିକ ଜସାରେଭିକ୍‌ କହିଛନ୍ତି। ଜସାରେଭିକ କହିଛନ୍ତି, ଏ ସମୟରେ ସମସ୍ୟା ହେଉଛି ଯେ ଲୋକମାନେ ନିଜ ପ୍ରିୟଜନଙ୍କ ପାଇଁ ବାରମ୍ବାର ଡାକ୍ତରଖାନାକୁ ଦୌଡୁଛନ୍ତି, କାରଣ ସେମାନେ ସଠିକ ସୂଚନା ପାଇ ନାହାଁନ୍ତି। ଘରେ କରୋନା ସଂକ୍ରମଣ ସଫଳତାର ସହ ଚିକିତ୍ସା ହୋଇପାରିବ। ସେ କହିଛନ୍ତି ଯେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରୋଗୀଙ୍କୁ ସ୍କ୍ରିନ କରିବା ଉଚିତ ଏବଂ ନିରାପଦ ଘରର ଯତ୍ନ ବିଷୟରେ ସୂଚନା ଦେବା ଉଚିତ। ଏହା ସହିତ ଲୋକଙ୍କୁ ସଠିକ ସୂଚନା ଦିଆଯାଇପାରିବ। ଭାରତରେ ଯେପରି ଘଟୁଛି, ଏହା ଯେକୌଣସି ଦେଶରେ ହୋଇପାରେ। ଏଥିପାଇଁ ସତର୍କ ରହିବା ଆବଶ୍ୟକ ବୋଲି ସେ କହିଛନ୍ତି।
ବୁଧବାର ପ୍ରଥମ ଥର ପାଇଁ ଦେଶରେ ମୃତକଙ୍କ ସଂଖ୍ୟା ୩ ହଜାର ଅତିକ୍ରମ କରିଛି। ଏହାସହ କ୍ରମାଗତ ସପ୍ତମ ଦିନ ଭାରତରେ ୩ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୩,୨୮୬ ଜଣଙ୍କର ମୃତ୍ୟୁ ଘଟିଛି। ଏହା ପରେ ସମୁଦାୟ ମୃତକଙ୍କ ସଂଖ୍ୟା ୨,୦୧,୧୮୦କୁ ବୃଦ୍ଧି ପାଇଛି। ଦେଶରେ କରୋନା ସଂକ୍ରମଣ ଏବଂ ମୃକ୍ର୍ୟୁ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ମହାମାରୀ ଆରମ୍ଭରୁ ପ୍ରଥମ ଥର ପାଇଁ ଭାରତରେ ଗୋଟିଏ ଦିନରେ ୩୦୦୦ରୁ ଅଧିକ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri