Posted inଖେଳ

ମୁଣ୍ଡ ପିଟିଦେଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଚେନ୍ନାଇରେ ଖେଳାଯାଉଛି। ପ୍ରଥମ ପାଳିରେ ଇଂଲଣ୍ଡ ୫୭୮ ରନ୍‌ କରିଛି। ଭାରତୀୟ ଖେଳାଳିଙ୍କ ଖରାପ ଫିଲ୍ଡିଂର ଭରପୂର ଫାଇଦା ଉଠାଇ ଇଂଲଣ୍ଡ ବିଶାଳ ସ୍କୋର କରିଛି। ମ୍ୟାଚ୍‌ର ତୃତୀୟ ଦିନରେ ଆର୍‌ ଅଶ୍ୱିନଙ୍କ ବୋଲିଂ ରିଷଭ ପନ୍ତ ସହଜ ଷ୍ଟପିଂ ହାତଛଡା କରିଥିଲେ। ଏହା ଦେଖି ଅଶ୍ୱିନ୍‌ ଦୁଇ ହାତ ମୁଣ୍ଡରେ ପିଟିଦେଇଥିଲେ। ଚେନ୍ନାଇରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚରେ ରୋହିତ ଶର୍ମାଙ୍କ ସମେତ ଅନେକ ଖେଳାଳି କ୍ୟାଚ ଛାଡିଥିଲେ। କିନ୍ତୁ ସୋସିଆଲ ମିଡିଆରେ ସବୁଠାରୁ ଅଧିକ ଟ୍ରୋଲ ହୋଇଥିଲେ ରିଷଭ ପନ୍ତ। ସେ ୧୮୭ ତମ ଓଭରର ଚତୁର୍ଥ ବଲରେ ଷ୍ଟମ୍ପିଂ ସୁଯୋଗକୁ ହାତଛଡ଼ା କରିଥିଲେ। ଜ୍ୟାକ ଲିଚ ରବିଚନ୍ଦ୍ରନ ଅଶ୍ୱିନଙ୍କ ଏହି ବଲ ଖେଳିବାକୁ ଚେଷ୍ଟା କରିଥିଲେ। ବଲ ସିଧାସଳଖ ରିଷଭ ପନ୍ତଙ୍କ ନିକଟକୁ ଗଲା, କିନ୍ତୁ ସେ ବଲ ଧରିପାରିଲେ ନାହିଁ, ତେଣୁ ଷ୍ଟମ୍ପିଂ କରିବାର ସୁଯୋଗ ହାତଛଡା କରିଥିଲେ। ଏହି କାରଣରୁ ଅଶ୍ୱିନ ପ୍ରାୟ କପାଳକୁ ପିଟିଥିଲେ। ତେବେ ଇଂଲଣ୍ଡ ଏହି ସୁଯୋଗର ଅଧିକ ଲାଭ ଉଠାଇ ପାରିଲା ନାହିଁ। ଅନ୍ୟ ପଟେ ଆଣ୍ଡରସନ ଆଉଟ ହୋଇଥିଲେ ଏବଂ ଲିଚଙ୍କୁ ଅପରାଜିତ ଥିବା ପ୍ୟାଭିଲିୟନକୁ ଫେରିବାକୁ ପଡିଲା। ସେ ୧୪ ରନ ସ୍କୋର କରି ଅପରାଜିତ ରହିଥିଲେ।

https://twitter.com/1RaviR/status/1358272740319518721


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri