ଋଷିକୁଲ୍ୟା ସେତୁ ପ୍ରତି ବଢୁଛିି ବିପଦ

ଧରାକୋଟ,୧୬ା୫(ଡି.ଏନ୍‌.ଏ.): ଧରାକୋଟ ବ୍ଲକର ଜୀବନରେଖା ଋଷିକୁଲ୍ୟା ସେତୁ ପ୍ରତି ବିପଦ ବଢୁଛି। ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି ଋଷିକୁଲ୍ୟା ସେତୁ। ଜାତୀୟ ରାଜପଥ ୫୯କୁ ମୁକ୍ତେଶ୍ୱର ମନ୍ଦିର ନିକଟରେ ଯୋଡୁଥିବା ଏହି ସେତୁ ପ୍ରାୟ ୧୦ ବର୍ଷ ପୂର୍ବେ ଦଶ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିଲା। ଏହି ସେତୁ ନିର୍ମାଣ ହେବା ଦ୍ବାରା ବ୍ଲକର ଜାହାଡ଼ା, ସିଙ୍ଗିପୁର, ଜଗମୋହନ, ଝରପାରି ଓ ଝାଡ଼ବନ୍ଧ ପଞ୍ଚାୟତ ସହ ବ୍ଲକ ପ୍ରଶାସନର ସ୍ଥାୟୀ ସଂଯୋଗ ସୃଷ୍ଟି ହୋଇପାରିଛି। ଏପରିକି ଭଞ୍ଜନଗର ଉପଖଣ୍ଡ ସହ ଯୋଗାଯୋଗ ସରଳୀକୃତ ହୋଇପାରିଛି । ସ୍ବାସ୍ଥ୍ୟ, ଶିକ୍ଷା, ଗମନାଗମନ, କୃଷି,ଯୋଗାଣ କ୍ଷେତ୍ରରେ ଏହି ପାଞ୍ଚଟି ପଞ୍ଚାୟତବାସୀ ସିଧାସଳଖ ଯୋଡ଼ି ହୋଇଛନ୍ତି । ଉପରୋକ୍ତ ପଞ୍ଚାୟତଗୁଡ଼ିକର ପ୍ରାୟ ୪୦ ହଜାର ଲୋକଙ୍କର ଅର୍ଥନୈତିକ ଅଭିବୃଦ୍ଧିରେ ଏହି ସେତୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ହେଲେ ନିମ୍ନମାନର ନିର୍ମାଣ କାର୍ଯ୍ୟ ପାଇଁ ଏହି ସେତୁ ପ୍ରତି ଦିନକୁ ଦିନ ବିପଦ ବଢୁଛି। ସେତୁର ଉପରମୁଣ୍ଡର ଢଳେଇର ଆସ୍ତରଣ ଉଠିଯାଇଥିବା ବେଳେ ସ୍ପାନଗୁଡ଼ିକୁ ଯୋଡୁଥିବା ଲୁହା ଉଠିଯାଇ ଗର୍ତ୍ତ ସୃଷ୍ଟି ହେଲାଣି। ଫଳରେ ଏହି ରାସ୍ତା ଦେଇ ପାଣି ଝରୁଛି । ସେତୁ ଉପରେ ଭାରିଯାନ ଚଳାଚଳ ବେଳେ କମ୍ପନ ସୃଷ୍ଟି ହେଉଛି। ଏଣୁ ସେତୁ ପ୍ରତି ଦିନକୁ ଦିନ ବିପଦ ବଢୁଥିବା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏ ସମ୍ପର୍କରେ ଆସିକା ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀଙ୍କ ସହ ଯୋଗାଯୋଗ ବେଳେ ସେତୁକୁ ଅନୁଧ୍ୟାନ ପରେ ଉପଯୁକ୍ତ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି
ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri