ଜନବସତିକୁ ସୁରକ୍ଷା ଦେବ ଋଷିକୂଲ୍ୟା ନଦୀବନ୍ଧ ପ୍ରକଳ୍ପ

ଗଞ୍ଜାମ,୧୩ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଋଷିକୁଲ୍ୟା ନଦୀବନ୍ଧ ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଥିବା ଦେଖିବାକୁ ମିଳିଛି। ଦାମୋଦରପୁର ଗ୍ରାମବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି। ଗ୍ରାମବାସୀ ଏନେଇ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କଠାରେ ବାରମ୍ବାର ଅବଗତ କରାଇଥିଲେ। ଫଳରେ ବିଧାୟକ ବେହେରା ବିଧାନସଭାରେ ପ୍ରଶ୍ନ ମଧ୍ୟ କରିଥିଲେ l ଏଥିପାଇଁ ରାଜ୍ୟ ସରକାର ଜଳସେଚନ ବିଭାଗ ପକ୍ଷରୁ ୧ କୋଟି ୭୭ ଲକ୍ଷ ଟଙ୍କା ଅର୍ଥ ବିନିଯୋଗରେ ନଦୀବନ୍ଧ ପ୍ରକଳ୍ପ କାର୍ଯ୍ୟ ଚାଲିଥିବା ଜଣାପଡ଼ିଛି। ଏହାର ତଦାରଖ ପାଇଁ ବିଭାଗୀୟ ଅଧିକାରୀ ନିର୍ମାଣସ୍ଥଳ ଗସ୍ତ କରୁଛନ୍ତି। ପଥର ପ୍ୟାକିଂ ସାଙ୍ଗକୁ ବିଭିନ୍ନ ସ୍ଥାନରେ ଅଞ୍ଚଳବାସୀଙ୍କୁ ନଦୀ ମଧ୍ୟକୁ ଯିବାଆସିବା ପାଇଁ ପାଉଛ ବ୍ୟବସ୍ଥା, ଜନବସତିରୁ ବର୍ଷାଜଳ ନିଷ୍କାସିତ ହେବା ନେଇ ଶଙ୍ଖର ବ୍ୟବସ୍ଥା, ନଦୀବନ୍ଧର ସୁଦୃଢ଼ ନେଇ ଗାର୍ଡଓ୍ବାଲ ବ୍ୟବସ୍ଥା କରାଯାଉଥିବା ଦେଖିବାକୁ ମିଳିଛି। ଚଳିତ ବର୍ଷ ଗଞ୍ଜାମ ଜିଲାରେ ସ୍ବଳ୍ପ ବୃଷ୍ଟି ପ୍ରଭାବରେ ଋଷିକୁଲ୍ୟା ନଦୀରେ
ବର୍ତ୍ତମାନ ସୁଦ୍ଧା ବନ୍ୟାଜଳ ଆସି ନ ଥିବା ବେଳେ ପୂର୍ବ ବର୍ଷ ଗୁଡ଼ିକରେ ନଦୀରେ ବଡ଼ ବନ୍ୟା ସମୟରେ ବନ୍ୟାଜଳ ଜନ ବସତି ଆଡ଼କୁ ମାଡ଼ି ଆସିଥିବା ନଜିର ରହିଛି l ସମ୍ପ୍ରତି ଏହି କାର୍ଯ୍ୟକାରୀ ହେଉଥିବା ଯୋଗୁ ବନ୍ୟାଜଳ ପ୍ରଭାବକୁ ଜନବସତିକୁ ସୁରକ୍ଷା ଦେଇପାରିବ। ଏ ନେଇ ବିଭିନ୍ନ ସମୟରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ସହ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ନଦୀବନ୍ଧ ପ୍ରକଳ୍ପ କାର୍ଯ୍ୟ ତଦାରାଖ କରିବା ପାଇଁ ପରିଦର୍ଶନରେ ଆସି ପ୍ରକଳ୍ପ କାର୍ଯ୍ୟ ଶୈଳୀ ଦେଖି ଖୁସିବ୍ୟକ୍ତ କରିଛନ୍ତି। ଏ ସମ୍ପର୍କରେ ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜିତ ପ୍ରଧାନଙ୍କ ସହ ଯୋଗାଯୋଗ କରିବାରେ ନଦୀ ବନ୍ଧ ନିର୍ମାଣ କାର୍ଯ୍ୟ ବର୍ତ୍ତମାନ ଠିକ୍‌ ଚାଲିଛି। ବିଭିନ୍ନ ସମୟରେ ଅନୁଧ୍ୟାନ କରାଯାଉଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri