ଡାଉନିଂ ଷ୍ଟ୍ରିଟ୍‌ ଦୌଡ଼ ଆଗରେ ଋଷି

ଲଣ୍ଡନ, ୧୪ା୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ ଉତ୍ତରାଧିକାରୀ ଚୟନ ପ୍ରକ୍ରିୟା ବୁଧବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ଭୋଟ ପରେ ଭାରତୀୟ ବଂଶୋଦ୍ଭବ ତଥା ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ୍‌ ସମସ୍ତ ପ୍ରତିଦ୍ୱନ୍ଦ୍ୱୀଙ୍କୁ ପଛରେ ପକାଇଦେଇଛନ୍ତି। ଋଷିଙ୍କ ସପକ୍ଷରେ ୮୮ ଭୋଟ ପଡ଼ିଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବାଣିଜ୍ୟ ମନ୍ତ୍ରୀ ପେନି ମୋର୍ଡଣ୍ଟଙ୍କୁ ୬୭ ଓ ବହିର୍ବ୍ୟାପାର ମନ୍ତ୍ରୀ ଟ୍ରୁସ୍‌ ଲିଜ୍‌ଙ୍କୁ ୫୦ କଞ୍ଜରଭେଟିଭ୍‌ ଏମ୍‌ପି ସମର୍ଥନ କରିଛନ୍ତି।

ଅର୍ଥମନ୍ତ୍ରୀ ନଧିମ ଜଓ୍ବାହି ଓ ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଜେରେମି ହଣ୍ଟ୍‌ ୩୦ ଭୋଟ ଯୋଗାଡ଼ କରି ନ ପାରିବାରୁ ଦୌଡ଼ରୁ ବାଦ୍‌ ପଡ଼ିଯାଇଛନ୍ତି। ଗୁରୁବାର ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନବେଳେ ଭାରତୀୟ ବଂଶୋଦ୍ଭବ ଆର୍ଟନି ଜେନେରାଲ ସୁଏଲା ବ୍ରେଭରମ୍ୟାନ୍‌ଙ୍କ ସହ ପୂର୍ବତନ ମନ୍ତ୍ରୀ କେମି ବେଡ୍‌ନୋକ୍‌ଙ୍କ ଭାଗ୍ୟ ପରୀକ୍ଷା ହେବ। ଏହି ପର୍ଯ୍ୟାୟରେ ପାର୍ଲାମେଣ୍ଟର ୩୫୮ କଞ୍ଜରଭେଟିଭ୍‌ ସଦସ୍ୟ ବାଲଟ୍‌ ପେପର ଜରିଆରେ ସେମାନଙ୍କ ପସନ୍ଦର ପ୍ରାର୍ଥୀଙ୍କୁ ବାଛିବେ। ଜୁଲାଇ ୨୧ରେ ଚୂଡ଼ାନ୍ତ ପର୍ଯ୍ୟାୟ ଭୋଟବେଳେ ପ୍ରତିଦ୍ୱନ୍ଦ୍ୱୀଙ୍କ ସଂଖ୍ୟା ୨ରେ ସୀମିତ ହୋଇଯିବ। ସେପ୍ଟେମ୍ବର ୫ରେ ବ୍ରିଟେନ ନୂଆ ପ୍ରଧାନମନ୍ତ୍ରୀ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri