ବଢୁଛି ଋଷିକୂଲ୍ୟା ଜଳପତ୍ତନ, ସମୀକ୍ଷା କଲେ ଜିଲାପାଳ

ପୁରୁଷୋତ୍ତମପୁର, ୩।୧୦(ସବିତା ମିଶ୍ର): ବାତ୍ୟାଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ପରୁଷୋତ୍ତମପୁର ଠାରେ ଋଷିକୂଲ୍ୟା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଶୁକ୍ରବାର ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ ପୁରୁଷୋତ୍ତମପୁର ଆସି ଅନ୍ତିରିଗାଁ ହନୁମାନପଲ୍ଲୀ ଡ୍ୟାମ ଓ ପାଣ୍ଡିଆଛକ ଋଷିକୂଲ୍ୟା ବ୍ରିଜଠାରେ ପାଣିର ମାପକୁ ଦେଖି ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି।

ବ୍ରିଜଠାରେ ଜଳସ୍ଥରର ବିପଦ ସୂଚନା ୧୬.୮୩୫ ଓ ସତର୍କ ସୂଚନା ୧୫.୮୩୫ ରହିଥିବାବେଳେ ବର୍ତ୍ତମାନ ୧୫.୩୮୦ ମିଟରରେ ପାଣି ପ୍ରବାହିତ ହେବାରେ ଲାଗିଛି। ମାତ୍ର ଉପରମୂଣ୍ଡରେ ବର୍ଷା ଲାଗି ରହିଥିବାରୁ ଜଳସ୍ଥର ସାମାନ୍ୟ ବଢିବା ନେଇ ଆଶଙ୍କା କରାଯାଉଛି। ଏହାକୁ ନେଇ ଆଗାମୀ ୨୪ ଘଣ୍ଟା ଗୁରୁତ୍ୱପୂର୍ଣ ବୋଲି ଜିଲାପାଳ କହିବା ସହ ପବନର ବେଗ ଟିକେ ରହିଥିବାବେଳେ ବର୍ତ୍ତମାନ ସେଭଳି ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କା ନାହିଁ। ବର୍ଷାର ପ୍ରଭାବ କମିବାରେ ଲାଗିଥିବାବେଳେ ଘୋଡାହାଡ ଓ ପଦ୍ମା ଡ୍ୟାମର ପାଣି ଛାଡିବାର ବନ୍ଦ କରାଯାଇଛି। ଯାହାଦ୍ବାରା ଜଳସ୍ଥର ଆହୁରି ହ୍ରାସ ପାଇଯିବ।

ବର୍ତ୍ତମାନର ପରିସ୍ଥିରେ ବନ୍ୟା ହେବାର ସମ୍ଭାବନା ନାହିିଁ , ମାତ୍ର ପାଣିରଗତି ପ୍ରଖର ରହିଥିବାରୁ ନଦୀକୁ ନ ଯିବାଲାଗି ଜିଲାପାଳ ଜନସାଧାରଣଙ୍କୁ ସତର୍କ କରାଇଛନ୍ତି। ଏହାସହ ବର୍ଷାରେ ଘଟିଥିବା ଫସଲ ନଷ୍ଟର କ୍ଷୟକ୍ଷତିର ଆକଳନ କରିବାକୁ କୃଷି ବିଭାଗ ଓ ହର୍ଟିକଲଚର ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। କ୍ଷୟକ୍ଷତିକୁ ଦେଖି ସରକାରୀ ନିୟମ ପ୍ରକାରେ ଚାଷୀଙ୍କୁ ସହାୟତା ପ୍ରଦାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ସମସ୍ତ କର୍ମଚାରୀ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ପରିଦର୍ଶନ ସମୟରେ ତହସିଲଦାର ବିନୋଦ କୁମାର ବେହେରା, ଜଳସେଚ୍ଚନ ବିଭାଗିୟ ଅଧିକ୍ଷଣ ଯନ୍ତ୍ରୀ ସୁବ୍ରତ ପଟ୍ଟନାୟକ,ନିର୍ବହୀ ଯନ୍ତ୍ରୀ ଅଜିତକୁମାର ପ୍ରଧାନ ଓ ପୁରୁଷୋତ୍ତମପୁର ସେକସନ ସହକାରୀ ଯନ୍ତ୍ରୀ ଗଙ୍ଗାଧର ଦାଶଙ୍କ ସମେତ ରାଜସ୍ବ ନିରୀକ୍ଷକ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରାମତୀରେ ପୁଣି ବିମାନ ଦୁର୍ଘଟଣା, ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ସ୍ଥାନରେ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍

ମୁମ୍ବାଇ,୯ା୮: ମହାରାଷ୍ଟ୍ରର ପୁଣେ ଅନ୍ତର୍ଗତ ବାରମତୀ ଏୟାରପୋର୍ଟ ପରିସରରେ ପୁଣି ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସୁଛି । ଏକ ଟ୍ରେନି ଏୟାରକ୍ରାଫ୍ଟ କ୍ରାଶ୍…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ମୁଜାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ: ଆଇନଗତ ଅଧିକାର ଓ ସରକାରୀ ଯୋଜନା ସମ୍ପର୍କରେ….

ଭଞ୍ଜନଗର, ୯।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ମୁଜାଗଡ଼ସ୍ଥିତ ହରେକୃଷ୍ଣ ପ୍ରଧାନ କଲ୍ୟାଣ ମଣ୍ଡପଠାରେ ରବିବାର ତାଲୁକ ଆଇନ ସେବା କମିଟି, ଭଞ୍ଜନଗର…

ଦଲକି ନାଳ ପୋଲ ଉପରେ ୪ ଫୁଟ୍‌ ବନ୍ୟାଜଳ: ଖଣ୍ଡହତା-ସାହାଜଲଥା ଯାତାୟାତ ବିଚ୍ଛିନ୍ନ

ଅମରପାଲି, ୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ତଥା ରେଢ଼ାଖୋଲ ବ୍ଲକ ସୀମାବର୍ତ୍ତୀ ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁ ବିଭିନ୍ନ ଜୋର ଓ…

ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ୪ ବଡ଼ ଘୋଷଣା କଲେ ସରକାର

ପାଟ୍‌ନା,୯ା୮: ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବିଚାରକୁ ନେଇ ବିହାର ସରକାର ୪ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରବିବାର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ୪ଟି…

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri