ପଶ୍ଚିମ ୟୁକ୍ରେନର ଲୁଟସ୍କ ଅଞ୍ଚଳରେ ଏୟାର ଷ୍ଟ୍ରାଇକ କଲା ରୁଷିଆ: ୩ ମୃତ, ବହୁ ଆହତ…

କିଭ,୧୬।୮ : ରୁଷିଆ ପଶ୍ଚିମ ୟୁକ୍ରେନର ଲୁଟସ୍କ ଅଞ୍ଚଳ ଏବଂ ପୋଲାଣ୍ଡ ସୀମା ନିକଟରେ ଭୋଲିନ ଉପରେ ଏୟାର ଷ୍ଟ୍ରାଇକ କରିଛି। ଏହି ଆକ୍ରମଣରେ ଲୁଟସ୍କର ସ୍ବଡେନ ଏସକେଏଫ କାରଖାନାର ତିନିଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗତ ବର୍ଷ ଫେବୃଆରୀରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ସ୍ଥାନୀୟ ଗଣମାଧ୍ୟମ ଏହାକୁ ଲୁଟସ୍କ ଅଞ୍ଚଳର ଏହା ସବୁଠାରୁ ବଡ ଧରଣର ଏୟାର ଷ୍ଟ୍ରାଇକ ବୋଲି କୁହାଯାଉଛି।

ଲୁଟସ୍କ ଏବଂ ଭୋଲିନ ପୋଲାଣ୍ଡ ସୀମା ନିକଟରେ କିନ୍ତୁ ଫ୍ରଣ୍ଟ ଲାଇନଠାରୁ ଶହ ଶହ କିଲୋମିଟର ଦୂରରେ। ରୁଷିଆ ପାଶ୍ଚାତ୍ୟ ଅସ୍ତ୍ରଶସ୍ତ୍ର ଯୋଗାଣ ମାର୍ଗକୁ ଅବରୋଧ କରିବା ପାଇଁ ଏଠାରେ ଆକ୍ରମଣ କରୁଥିବା କୁହାଯାଉଛି।

ଲୁଟସ୍କର ଗଭର୍ନର ମ୍ୟାକ୍ସିମ କୋଜିଟସ୍କି କହିଛନ୍ତି ଆକ୍ରମଣ ଏହି ଅଞ୍ଚଳର ତଥା ଏହାର ରାଜଧାନୀ ନାମିର ଅନେକ ଅଟ୍ଟାଳିକାକୁ କ୍ଷତି ପହଞ୍ଚାଇଛି। କ୍ଷେପଣାସ୍ତ୍ରର ଏକ ତିନି ମହଲା କୋଠା ଉପରେ ପଡିଥିଲା। ସେହିଭଳି ସହର ବାହାରେ ଥିବା ଷ୍ଟାଭଚାନି ଏବଂ ସୁଖୋଭୋଲିଆ ଗ୍ରାମରେ ଅନ୍ୟ ୧୦ ଟି ଅଟ୍ଟାଳିକା ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।

ଲୁଟସ୍କ ମେୟର ଆଣ୍ଡ୍ରେ ସାଡୋଭି କହିଛନ୍ତି ଏକ କ୍ଷେପଣାସ୍ତ୍ର ସ୍ଥାନୀୟ ଶିଶୁ ଉଦ୍ୟାନର ଏକ ଅଗଣା ମାଡ ହେବାରୁ ୪ ଜଣ ଆହତ ହୋଇଥିଲେ। ଏହି ବିସ୍ଫୋରଣ ବାଳାଶ୍ରମକୁ ସମ୍ପୂର୍ଣ୍ଣ ଭାବେ ନଷ୍ଟ କରିଦେଇଛି ଏବଂ ୧୦୦ ରୁ ଅଧିକ ଆପାର୍ଟମେଣ୍ଟ ନଷ୍ଟ ହୋଇଯାଇଛି। ଭୋଲିନରେ ରୁଷିଆର କ୍ଷେପଣାସ୍ତ୍ର ଆକ୍ରମଣରେ ତିନିଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ କେତେକ ଆହତ ହୋଇଥିବା ଏହି ଅଞ୍ଚଳର ରାଜ୍ୟପାଳ ୟୁରୀ ପୋହୁଲିଆକୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri