‘ରୁଷିଆର ଏବେ କେବଳ ୪ ବନ୍ଧୁ ଅଛନ୍ତି’

କ୍ୱିଭ,୩।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ରୁଷିଆ ଦିନକୁ ଦିନ ଆକ୍ରୋଶମୂଳକ ହୋଇପଡ଼ିଛି। ଏସବୁ ମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ରୁଷିଆକୁପୁଣି ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ରୁଷିଆର ଏବେ କେବଳ ଚାରିଜଣ ବନ୍ଧୁ ଅଛନ୍ତି। ଏଥି ମଧ୍ୟରେ ଉତ୍ତର କୋରିଆ, ଇରିଟ୍ରିଆ, ସିରିଆ ଏବଂ ବେଲାରୁଷ ସାମିଲ ଅଛି। ଏହି ଚାରି ଦେଶ ମିଳିତ ଜାତିସଂଘର ସାଧାରଣ ସଭାରେ ରୁଷିଆ ବିରୋଧ ସଂକଳ୍ପରେ ରୁଷିଆ ସପକ୍ଷରେ ଭୋଟ ଦେଇଛନ୍ତି। ଏହି ସଂକଳ୍ପରେ ରୁଷିଆର ସୈନ୍ୟବାହିନୀକୁ ୟୁକ୍ରେନରୁ ପ୍ରତ୍ୟାହାର କରିବାକୁ କୁହାଯାଇଛି।
ୟୁକ୍ରେନର ରାଷ୍ଟ୍ରପତି ମଧ୍ୟ ନଇଁବା ପରି ଜଣାପଡୁନାହାନ୍ତି। ଜନସାଧାରଣଙ୍କୁ ଏକ ବାର୍ତ୍ତା ଦେଇ ସେ କହିଛନ୍ତ,ସମସ୍ତ ଅନୁପ୍ରବେଶକାରୀ ବୁଝିବା ଉଚିତ ଯେ ସେମାନେ ଏଠାରେ କିଛି ପାଇବେ ନାହିଁ। ରୁଷିଆ ଯେତେ ସୈନିକ ରଖିଲେ ମଧ୍ୟ ଆମେ ନତମସ୍ତକ ହେବାକୁ ଯାଉନାହୁଁ। ଆମର ଶତ୍ରୁ ପରାସ୍ତ ହୋଇ ଏଠାରୁ ଯିବେ।
ମିଳିତ ଜାତିସଂଘର ସାଧାରଣ ସଭାରେ ଆଣିଥିବା ସଂକଳ୍ପକୁ ଜେଲେନସ୍କି ସ୍ବାଗତ କରିଛନ୍ତି। ମିଳିତ ଜାତିସଂଘର ସାଧାରଣ ସଭାରେ ସଂକଳ୍ପ ଉପରେ ଭୋଟ ଦେବା ପରେ ୟୁକ୍ରେନର ରାଷ୍ଟ୍ରପତି ଜେଲେନସ୍କି ଏକ ଟୁଇଟ୍‌ରେ କହିଛନ୍ତି, ରୁଷିଆ ଫେଡେରେଶନର ଏହି ବିଶ୍ୱାସଘାତକ ଆକ୍ରମଣକୁ ତୁରନ୍ତ ବନ୍ଦ କରିବା ପାଇଁ ମିଳିତ ଜାତିସଂଘ ସାଧାରଣ ସଭାକୁ ଆଣିଥିବା ସଂକଳ୍ପକୁ ମୁଁ ସ୍ବାଗତ କରୁଛି। ସଂକଳ୍ପ ସପକ୍ଷରେ ଭୋଟ ଦେଇଥିବା ସମସ୍ତଙ୍କୁ ମୁଁ କୃତଜ୍ଞତା ଜଣାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri