Posted inଜାତୀୟ

ଋଷିଆର ଆର୍ମିରେ ଶାମିଲ୍‌ ଥିବା ଭାରତୀୟଙ୍କୁ ନେଇ ବଡ଼ ଖବର

ନୂଆଦିଲ୍ଲୀ, ୧୧।୦୮: ଋଷିଆ ଦୂତାବାସ, ୟୁକ୍ରେନ୍‌ ବିରୋଦ୍ଧରେ ଯୁଦ୍ଧ ଲଢ଼ିବା ପାଇଁ ବିଶେଷ ସୈନ୍ୟ ଅଭିଯାନରେ ଭର୍ତ୍ତି କରିଥିବା ଭାରତୀୟ ନାଗରିକଙ୍କୁ ନେଇ ବଡ଼ ବୟାନ ଦେଇଛି । ଯୁଦ୍ଧରେ ଭାରତୀୟଙ୍କ ସହ ହୋଇଥିବା ଦୁର୍ଭାଗ୍ୟପୂର୍ଣ୍ଣ ଘଟଣାକୁ ନେଇ ଶୋକବ୍ୟକ୍ତ କରିଥିବା ଋଷିଆ ଦୂତାବାସ ଜଣାଇଛି । ଏପ୍ରିଲ୍‌ ମାସରୁ ଏହାର ସଶସ୍ତ୍ର ବଳରେ ଭାରତୀୟଙ୍କ ନିଯୁକ୍ତିକୁ ବନ୍ଦ କରିଛି । ମସ୍କୋ ଏବଂ ନୂଆଦିଲ୍ଲୀ ଭାରତୀୟ ନାଗରିକଙ୍କୁ ସନ୍ଧାନ କରି ଶୀଘ୍ର ସେମାନଙ୍କୁ ସେବାରୁ ମୁକ୍ତ କରିବାକୁ ମିଳିତ ଭାବେ କାର୍ଯ୍ୟକରୁଛି ବୋଲି ଦୂତାବାସ ଜଣାଇଛି । ଯେଉଁମାନେ ସେନାରେ କାର୍ଯ୍ୟ ପାଇଁ ସାମିଲ୍‌ ହୋଇଥିଲେ ଏବଂ ଏବେ ଘରକୁ ଫେରିବାକୁ ଚାହୁଁଛନ୍ତି ସେମାନଙ୍କୁ ଭାରତ ପଠାଯିବ ।

ଋଷିଆ ଦୂତାବାସ ଆହୁରି ମଧ୍ୟ କହିଛି ଯେ, ଭାରତୀୟଙ୍କ ସମେତ ଅନ୍ୟ ଦେଶର ନାଗରିକଙ୍କୁ ସୈନ୍ୟ ସେବାରେ ନିୟୋଜିତ କରିବା ଏପ୍ରିଲ୍‌ ମାସରୁ ବନ୍ଦ କରିଦିଆଯାଇଛି । ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଚଳିତ ସପ୍ତାହ ଶୁକ୍ରବାର ଲୋକସଭାରେ ଏନେଇ ସମ୍ପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ ଏନେଇ କହିଥିଲେ ଯେ, ଋଷି ସେନାରେ ଭର୍ତ୍ତି ହୋଇଥିବା ୬୯ ଭାରତୀୟ ନାଗରିକ ସେବାରୁ ବାହାରକୁ ଆସିବା ପାଇଁ ଚାହୁଁଛନ୍ତି । ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନ୍‌ଙ୍କୁ ଏନେଇ ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତ ସମୟରେ ଅବଗତ କରାଇଛନ୍ତି । ସରକାର ଏ ଦିଗରେ କାର୍ଯ୍ୟ କରୁଛନ୍ତି ବୋଲି ସେ ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri