୫୦୦ ଆମେରିକୀୟଙ୍କ ଉପରେ ପ୍ରତିବନ୍ଧକ ଘୋଷଣା କଲା ରୁଷିଆ…

ମସ୍କୋ,୨୦।୫ : ରୁଷିଆ ୫୦୦ ଆମେରିକୀୟ ନାଗରିକଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଇଛି। ରାଷ୍ଟ୍ରପତି ଭ୍ଲାଡିମୀର ପୁଟିନଙ୍କ ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି। ଏଥିରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ଠାରୁ ଟେଲିଭିଜନ ଜଗତ ପର୍ଯ୍ୟନ୍ତ ଅନେକ ବଡ ବ୍ୟକ୍ତିତ୍ୱଙ୍କ ନାମ ଅନ୍ତର୍ଭୁକ୍ତ ରହିଛି। ରୁଷିଆର ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି, ବାଇଡେନ ପ୍ରଶାସନ ଦ୍ୱାରା ରୁଷିଆ ଉପରେ ଲଗାଯାଇଥିବା ବାରମ୍ବାର ପ୍ରତିବନ୍ଧକକୁ ଦୃଷ୍ଟିରେ ରଖି ବର୍ତ୍ତମାନ ପୁଟିନ ସରକାର ମଧ୍ୟ ଏସବୁ ଆମେରିକୀୟଙ୍କ ପାଇଁ ନିଜ ଦେଶର କବାଟ ବନ୍ଦ କରୁଛନ୍ତି ।

ଉଲ୍ଲେଖନୀୟ ବିଷୟ ହେଉଛି,ରୁଷିଆ-ୟୁକ୍ରେନ ଯୁଦ୍ଧ ପରେ ଆମେରିକା କ୍ରମାଗତ ଭାବରେ ରୁଷିଆର କମ୍ପାନୀ ଏବଂ ଲୋକଙ୍କୁ ଏହାର କଳା ତାଲିକାରେ ଅନ୍ତର୍ଭୁକ୍ତ କରୁଛି, ଯାହା ଦ୍ୱାରା ରୁଷିଆର ଅର୍ଥନୀତି କ୍ଷତିଗ୍ରସ୍ତ ହେବାରେ ଲାଗିଛି॥ ଆମେରିକା ରୁଷିଆ ସହିତ ଜଡିତ ୧୦୦ରୁ ଅଧିକ ଅନୁଷ୍ଠାନ ଏବଂ ଲୋକଙ୍କ ଉପରେ ପ୍ରତିବନ୍ଧକ ଜାରି କରିଥିଲା।

ଆମେରିକାର ଏହି ପଦକ୍ଷେପ ନେଇ ରୁଷିଆର ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି ୱାଶିଂଟନ ଜାଣିବା ଉଚିତ ଏହାର ପ୍ରତିକ୍ରିୟା ଏବେ ଦିଆଯିବ। ନିଷିଦ୍ଧ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଟିଭି ହୋଷ୍ଟ ଷ୍ଟିଫେନ କଲବର୍ଟ, ଜିମି କିମେଲ ଏବଂ ସେଥ ମାୟର୍ସ ଅଛନ୍ତି। ସିଏନଏନ ଆଙ୍କର୍‌ ଏରିନ ବର୍ନେଟ ଏବଂ ଏମଏସଏନବିସି ଉପସ୍ଥାପିକା ଜୋ ସ୍କାରବୋ ମଧ୍ୟ ଏହି ତାଲିକାରେ ଅଛନ୍ତି।

ରୁଷିଆ କହିଛି ଏହା ଆମେରିକାର ଆଇନଜୀବୀ ତଥା ଥିଙ୍କ ଟ୍ୟାଙ୍କର ଲୋକଙ୍କୁ ମଧ୍ୟ ତାଲିକାଭୁକ୍ତ କରିଛି ଯେଉଁମାନେ ରୁଷିଆ ବିରୋଧରେ ଭୁଲ ତଥ୍ୟ ବିସ୍ତାର କରୁଛନ୍ତି। ଏହା ବ୍ୟତୀତ ୟୁକ୍ରେନକୁ ଅସ୍ତ୍ର ଯୋଗାଉଥିବା କମ୍ପାନୀର ପ୍ରମୁଖ ଅଧିକାରୀଙ୍କୁ ମଧ୍ୟ ବାରଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri