ରୁଷିଆର ଅସ୍ତ୍ରବିରତି ଘୋଷଣା

ମସ୍କୋ,୫।୩: ରୁଷିଆ ଓ ୟୁକ୍ରେନ ଯୁଦ୍ଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରୁଷିଆ ପକ୍ଷରୁ ୟୁକ୍ରେନରେ ଅସ୍ତ୍ରବିରତି ପାଇଁ ଘୋଷଣା କରାଯାଇଛି। ଭାରତୀୟ ସମୟ ଅନୁସାରେ ସକାଳ ସାଢ଼େ ୧୧ଟାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯିବ। ଏଥିସହ ଯେପର୍ଯ୍ୟନ୍ତ ସେଠାରେ ଫସି ରହିଥିବା ଲୋକଙ୍କୁ ବାହାର ନ କରାଯାଇଛି ସେପର୍ଯ୍ୟନ୍ତ ଆକ୍ରମଣ କରାଯିବ ନାହିଁ ବୋଲି ରୁଷିଆ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସୂଚନାଯୋଗ୍ୟ, ଗତ ୧୦ ଦିନ ଧରି ୟୁକ୍ରେନରେ ଯୁଦ୍ଧ ଜାରି ରହିଛି। ରୁଷିଆ ଲଗାତର ଭାବେ ୟୁକ୍ରେନ ଉପରେ ଆକ୍ରମଣ କରୁଛି। ଇତିମଧ୍ୟରେ ରୁଷିଆ ବର୍ତ୍ତମାନ ଅସ୍ତ୍ରବିରତି ଉଲ୍ଲଂଘନ ପାଇଁ ଘୋଷଣା କରିଛି। ୨ଦେଶ ମଧ୍ୟରେ ପୂର୍ବରୁ ୨ଥର ଶାନ୍ତି ଆଲୋଚନା ହୋଇଥିବା ବେଳେ କୌଣସି ନିର୍ଷ୍କସ ବାହାରିପାରି ନ ଥିବାରୁ ତୃତୀୟ ପର୍ଯ୍ୟାୟ ଆଲୋଚନା ହେବାର ସମ୍ଭାବନା ରହିଛି। ସୂଚନା ମୁତାବକ ୟୁକ୍ରେନରେ ଅନେକ ଲୋକ ଫସି ରହିଛନ୍ତି। ଏଥିରେ ଭାରତୀୟ ଛାତ୍ର ମଧ୍ୟ ସାମିଲ ରହିଛନ୍ତି। ଏଭଳି ସ୍ଥିତିରେ ଏହି ଖବର ସେମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି। ଫେବୃଆରୀ ୨୪ରୁ ମାର୍ଚ୍ଚ ୫ ଅର୍ଥାତ୍‌ ଶନିବାର ଯାଏ ଚାଲିଆସୁଥିବା ଦୁଇ ଦେଶର ଯୁଦ୍ଧ ମଧ୍ୟରେ ଆଶ୍ୱସ୍ତି ଖବର ସାମ୍ନାକୁ ଆସିଛି। ୟୁକ୍ରେନରେ ଫସି ରହିଥିବା ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ ଅସ୍ତ୍ରବିରତି ଉଲ୍ଲଂଘନ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ଦିନ ଅସ୍ତ୍ରବିରତି ଉଲ୍ଲଂଘନ ଘୋଷଣା ପୂର୍ବରୁ କ୍ୱିଭ୍‌ର ନିକଟସ୍ଥ ବୁକାରେ ରୁଷିଆର ସୈନ୍ୟ ସାଧାରଣ ଜନତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଏଥିସହ ସୈନିକମାନେ ବୁକାର ଏକ କାର ଉପରେ ଗୁଳି ଚଳାଇଥିବା ୟୁକ୍ରେନ ଗଣମାଧ୍ୟମ ଦାବି କରିଛି। ତେବେ ଏହି ଦୁର୍ଘଟଣାରେ ଜଣେ ୧୭ ବର୍ଷର ବାଳିକା ସମେତ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?