ବଢୁଛି ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା

ମସ୍କୋ/ୱାଶିଂଟନ,୨୨ ।୩: ୟୁକ୍ରେନ୍ ଉପରେ ରୁଷିଆ ଲଗାତାର ଭାବେ ଆକ୍ରମଣ କରି ଚାଲିଛି । ଏଥିରେ ହଜାର ହଜାର ୟୁକ୍ରେନ୍ ନାଗରିକଙ୍କ ମୃତ୍ୟୁ ହେବା ସହ ବଡ ବଡ ସହର ସବୁ ଧ୍ୱଂସ ପାଇ ଗଲାଣି । ରୁଷିଆର ଏହି ଆକ୍ରମଣକୁ ଆମେରିକା ବାରମ୍ବାର ନିନ୍ଦା କରି ଚାଲିଛି । ନିକଟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଯେଉଁ ବୟାନ ଦେଇଛନ୍ତି ତାକୁ ନେଇ ରୁଷିଆ ଖୁବ୍ ରାଗି ଯାଇଛି । କିଛିଦିନ ତଳେ ବାଇଡେନ ରୁଷିଆ ରାଷ୍ଟ୍ରପତିଙ୍କୁ ‘ୱାର କ୍ରିମିନାଲ’ ବୋଲି କହିଥିଲେ । ଯାହାକୁ ନେଇ ରୁଷିଆ ରାଗିଯିବା ସହ ଉଭୟ ଦେଶ ମଧ୍ୟରେ ସମ୍ପର୍କ ଆହୁରି ତିକ୍ତ ହୋଇଥିଲା । ଏବେ ବାଇଡେନ କହିଛନ୍ତି, ୟୁକ୍ରେନ୍ ଉପରେ ରୁଷିଆ ଯେଉଁ ଆକ୍ରମଣ କରୁଛି ତାହାର ପରିଣାମ ତାକୁ ଭୋଗିବାକୁ ପଡିବ । ଏହାକୁ ନେଇ ରୁଷିଆ ପ୍ରତିକ୍ରିୟା ରଖିଛି । ରୁଷିଆ ସୋମବାର ଆମେରିକା ରାଷ୍ଟ୍ରଦୂତଙ୍କ ଜରିଆରେ ବାଇଡେନଙ୍କୁ ବିରୋଧ କରିଛି । ରୁଷିଆ ବୈଦେଶିକ ମନ୍ତ୍ରଣାଳୟ କହିଛି, ବାଇଡେନଙ୍କ ଏଭଳି ମନ୍ତବ୍ୟ ରୁଷିଆ-ଆମେରିକା ସମ୍ପର୍କରେ ଫାଟ ସୃଷ୍ଟି କରୁଛି । ରୁଷିଆ କହିଛି ଆମେରିକା ରୁଷିଆ ବିରୋଧରେ କରୁଥିବା ଶତ୍ରୁତାପୂର୍ଣ୍ଣ କାର୍ଯ୍ୟର ନିର୍ଣ୍ଣାୟକ ପ୍ରତିକ୍ରିୟା ମିଳିବ । ଅନ୍ୟପଟେ ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନସ୍କି କହିଛନ୍ତି ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏହା ହେଉଛି ସବୁଠାରୁ ବଡ ଆକ୍ରମଣ । ଯଦି ଏହାର କୌଣସି ସମାଧାନ ନ ବାହାରିଲା ତେବେ ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?