ରୁଷିଆରେ ୟୁକ୍ରେନର ବଡ଼ଧରଣର ଆକ୍ରମଣ: ଶିଶୁଙ୍କ ସମେତ ୬ ମୃତ, ୧୦ରୁ ଅଧିକ ଗୁରୁତର

ମସ୍କୋ,୨୧ା୧୨: ରୁଷିଆର କଜାନ ସହର ଉପରେ ୟୁକ୍ରେନ ଏକ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି। ଏହି ଆକ୍ରମଣ ଆମେରିକାର ୯/୧୧ ଷ୍ଟାଇଲ୍‌ରେ ହୋଇଛି। ଫଳରେ ଶିଶୁଙ୍କ ସମେତ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୦ରୁ ଅଧିକ ଗୁରୁତର ରହିଛନ୍ତି। ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

ଏହି ଡ୍ରୋନ୍‌ ଆକ୍ରମଣ ମସ୍କୋର ପ୍ରାୟ ୮୦୦ କିଲୋମିଟର ପୂର୍ବରେ ଅବସ୍ଥିତ କଜାନ ସହରର ଅନେକ ଆବାସିକ ଅଞ୍ଚଳକୁ ଟାର୍ଗେଟ କରିଛି। ସୋସିଆଲ ମିଡିଆରେ ଭିଡିଓଗୁଡ଼ିକ ଭାଇରାଲ ହେଉଛି।

ଏଥିରେ ଏକ ଡ୍ରୋନ୍‌ ବଡ଼ ବିଲ୍ଡିଂରେ ମାଡ଼ ହେଉଥିବାର ଦେଖିବାକୁ ମିଳିଛି। ପରେ ଏକ ବଡ଼ଧରଣର ବିସ୍ଫୋରଣ ହୋଇଥିଲା। ଏହି ଆକ୍ରମଣ ପରେ କଜାନ ବିମାନ ବନ୍ଦରକୁ ସାମୟିକ ଭାବେ ବନ୍ଦ କରି ଦିଆଯାଇଛି। ଏହି ଆକ୍ରମଣ ସମୟରେ କମ୍‌ଲିଭ ଆଭିଏନ୍ସ, କ୍ଲାରା ଜେଟକିନ, ୟୁକୋଜିନସ୍କାୟା, ହାଡି ଟାକ୍ଟାସ, କ୍ରାସନାୟା ପୋଜିଟିଆ ଏବଂ ଓରେନବର୍ଗସ୍କି ଟ୍ରାକ୍ଟ ରାସ୍ତାରେ ଥିବା ବିଲ୍ଡିଂଗୁଡ଼ିକୁ ଟାର୍ଗେଟ କରାଯାଇଥିଲା ବୋଲି ଏପିଏ ସୂଚନା ଦେଇଛି।

ଆଗାମୀ ଦୁଇ ଦିନ ପାଇଁ କଜାନ ସହରରେ ସମସ୍ତ ପ୍ରମୁଖ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଏପରି କରାଯାଇଛି। ରୁଷିଆର ଏହି ସହର ସବୁଠାରୁ ସୁରକ୍ଷିତ ସହର ଭାବରେ ପରିଗଣିତ ହୁଏ। ଏଠାରେ ନିକଟରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଆକ୍ରମଣର ଗୋଟିଏ ଦିନ ପୂର୍ବରୁ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଥିଲା, ୟୁକ୍ରେନ ଫିକ୍ସଡ୍‌ ଓ୍ବିଙ୍ଗ ବ୍ୟବହାର କରି ରୁଷିଆରେ ଆତଙ୍କବାଦୀ ଆକ୍ରମଣକୁ ଖଣ୍ଡନ କରିଛି। ରୁଷିଆ କହିଛି, ବାୟୁସେନା ୧୯ଟି ୟୁକ୍ରେନ ଡ୍ରୋନ୍‌କୁ ଧ୍ୱଂସ କରିଦେଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟର ଏହି ବିବୃତ୍ତି ପରେ କଜାନ ସହର ଉପରେ ଆକ୍ରମଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri